ସୃଷ୍ଟି ହୋଇପାରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ମଡେଲ ପୂର୍ବାନୁମାନ କରିଛନ୍ତି । ଆଇଏମ୍‌ଡି ଜିଏଫ୍‌ଏସ୍‌ ମଡେଲ କହୁଛି, ୫ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର-ଉତ୍ତର ପଶ୍ଚିମ ମୁହାଁ ହୋଇ ଉତ୍ତର ବଙ୍ଗୋପସାଗର ଆଡ଼କୁ ମୁହାଁଇବ । ୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏନ୍‌ସିଇପି-ଜିଏଫ୍‌ଏସ୍‌ ମଡେଲ ମଧ୍ୟ ଏହି ଆକଳନକୁ ଦୋହରାଇଛି । ତେବେ ୧୦ ତାରିଖ ବେଳକୁ ଏହି ଲଘୁଚାପ ହେବ ବୋଲ ଭାରତ ଫୋରକାଷ୍ଟ ସିଷ୍ଟମ୍‌ ଓ ଏନସିୟୁଏମ୍‌ ସେମାନଙ୍କ ମଡେଲ ଆଧାରରେ ପୂର୍ବାନୁମାନ କରିଛନ୍ତି ।ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ୯ତାରିଖରୁ ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ନିଜ ବିସ୍ତାରିତ ଆକଳନରେ ଦର୍ଶାଇଛି । ଆସନ୍ତା ୯ରୁ ୧୫ ତାରିଖ ଯାଏ ପୂର୍ବ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଏଥିରେ ଆକଳନ କରାଯାଇଛି ।
ସେପଟେ ଦକ୍ଷିଣ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ରାଜ୍ୟର ଅନେକ ସ୍ଥାନରେ ବାଦଲଫଟା ବର୍ଷା ହୋଇଛି । ସେପଟେ ଉତ୍ତର ପୂର୍ବ ଆରବସାଗରରେ ବାତ୍ୟା ‘ଶକ୍ତି’ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟା ରୂପ ନେଇପାରେ । ଓଡ଼ିଶା ଉପରେ ଏହାର ପ୍ରଭାବ ରହିବନି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ