ସେମିକନ ଇଣ୍ଡିଆ ଓ ଅର୍ଥମନ୍ତ୍ରୀଙ୍କ ବୈଠକ: ଆଜି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିଲ୍ଲୀରେ ଚାଲିଥିବା ସେମିକନ-ଇଣ୍ଡିଆ ୨୦୨୬ ରେ ଆଜି ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ରାତିରୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ।ଗୁରୁବାରଠୁ ଦିଲ୍ଲୀରେ ସେମିକନ-ଇଣ୍ଡିଆ ୨୦୨୬ ଆରମ୍ଭ ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାକୁ ସେମି କଣ୍ଡକ୍ଟର ହବ୍‌ କରିବା ପାଇଁ ଯୋଜନା ଥିବାବେଳେ ଏଥିରେ ଯୋଗ ଦେଇଥିବା ବିଭିନ୍ନ ଦେଶ ବିଦେଶର ନିବେଶକ, କମ୍ପାନିର ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ଓଡ଼ିଶାକୁ ଏ କ୍ଷେତ୍ରରେ ନିବେଶ ଆଣିବା ପାଇଁ ବିଭିନ୍ନ ପ୍ରସ୍ତାବ ରଖିପାରନ୍ତି । ୟୁରୋପ, ଜାପାନ, ଦକ୍ଷିଣ କୋରିଆ ଟିମ୍‌ ସହ ଓଡ଼ିଶା ସରକାର ଆଲୋଚନା କରିପାରନ୍ତି । ଓଡ଼ିଶାରୁ ଆଇଟି ବିଭାଗର ସ୍ୱତନ୍ତ୍ର ଟିମ୍‌ ଏହି ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ସୂଚନା ମିଳିଛି ।

ସେହିପରି ଶନିବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ରାଜ୍ୟର ଅର୍ଥ ମନ୍ତ୍ରୀଙ୍କୁ ନେଇ ବୈଠକ ଡକାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅର୍ଥ ବିଭାଗ ଦାୟିତ୍ୱରେ ଥିବାରୁ ଏହି ବୈଠକରେ ସାମିଲ ହେବେ । ଏହାବାଦ୍‌ ଆଉ କେନ୍ଦ୍ରୀୟ ନେତୃତ୍ୱ ଓ କେନ୍ଦ୍ର ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିପାରନ୍ତି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ