ସୋଆ ଏସ୍‌ପିଏସ୍ ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ୱର,୨୭/୯:ରାଲି, ପଥପ୍ରାନ୍ତ ନାଟକ, ଶିକ୍ଷାମୂଳକ ପ୍ରତିଯୋଗିତା ଭଳି ବିଭିନ୍ନ ସଚେତନତା କାର୍ଯ୍ୟକ୍ରମକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌) ପକ୍ଷରୁ ଗୁରୁବାର ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ ହୋଇଯାଇଛି ।
ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ନେଇ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିବା ବେଳେ ଚଳିତ ବର୍ଷର ପ୍ରସଙ୍ଗ ‘ଥିଙ୍କ ହେଲ୍‌ଥ, ଥିଙ୍କ ଫାର୍ମାସିଷ୍ଟ’ ସମ୍ପର୍କରେ ବିଶେଷ ଆଲୋକପାତ କରାଯାଇଥିଲା । ଗୁରୁବାର ଦିନ କ୍ୟାମ୍ପସ ପରିସରରେ ସଚେତନତା ର‌୍ୟାଲି ସହ ଏକ ପଥପ୍ରାନ୍ତ ନାଟକ ମଧ୍ୟ ଆୟୋଜନ କରାଯାଇଥିଲା । ଲୋକମାନଙ୍କ ମଧ୍ୟରେ ଔଷଧ ବ୍ୟବହାରକୁ ନେଇ ସଚେତନତା ଏବଂ ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କର ଭୂମିକାକୁ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହିପରି ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ସ୍ଲୋଗାନ୍‌, ରଚନା, ପୋଷ୍ଟର, ଲୋଗୋ ପ୍ରସ୍ତୁତି ଓ କୁଇଜ ଭଳି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଡକ୍ଟର ପ୍ରିୟଙ୍କା ଦାସ ଏବଂ ଡକ୍ଟର ଦିନେଶ କୁମାର ଶର୍ମା ପରିଚାଳନା କରିଥିଲେ ।
ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫାର୍ମାସୀ ବୃତିର ଗୁରୁତ୍ୱପୂର୍ଣ୍ଣ ଦିଗ ଏବଂ ଚଳିତ ବର୍ଷର ପ୍ରସଙ୍ଗ ‘ଥିଙ୍କ ହେଲ୍‌ଥ, ଥିଙ୍କ ଫାର୍ମାସିଷ୍ଟ’ ସମ୍ପର୍କରେ ଆଲୋକପାତ କରିଥିଲେ । ଜନସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ନିମନ୍ତେ ଔଷଧ ପରିଚାଳନା ଏବଂ ରୋଗୀମାନଙ୍କୁ ସଠିକ ଭାବେ ଉପଦେଶ ଦେବା କ୍ଷେତ୍ରରେ ଫାର୍ମାସିଷ୍ଟମାନେ ମେରୁଦଣ୍ଡ ଭଳି କାର୍ଯ୍ୟ କରିଥାନ୍ତି ବୋଲି କୁଳପତି କହିଥିଲେ । କାର୍ଯ୍ୟକ୍ରମରେ ଏସ୍‌ପିଏସ୍‌ର ଡିନ୍ ପ୍ରଫେସର ଦେବଜ୍ୟୋତି ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପୁର୍ବତନ ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି ଏବଂ ପ୍ରଫେସର ଲକ୍ଷ୍ମୀଧର ମହାରଣା ଛାତ୍ରଛାତ୍ରୀମାନଙ୍କୁ ନିଜର ମହତ୍ୱପୂର୍ଣ୍ଣ ଅନୁଭୂତି ବଖାଣିବା ସହ ଯୁବ ଫାର୍ମାସିଷ୍ଟମାନଙ୍କୁ ଏହି ବୃତିରେ ଆହୁରି ଉଚ୍ଚକୁ ଯିବା ପାଇଁ ପ୍ରୋତ୍ସାହିତ କରିଥିଲେ । ଏହି ଏକ ଦିବସୀୟ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ଶୈକ୍ଷିକ ଏବଂ ଗବେଷଣା କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରିବା । ବିଭିନ୍ନ ପ୍ରତିଯୋଗିତା ମୂଳକ ପରୀକ୍ଷା ଜିପାଟ ଏବଂ ଗେଟରେ ସଫଳତା ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କ ସମେତ ପିଏଚ୍‌ଡି ସ୍କଲାରଙ୍କ ମଧ୍ୟରୁ ୩ଜଣ ଶ୍ରେଷ୍ଠ ଗବେଷଣାତ୍ମକ ସନ୍ଦର୍ଭ ପ୍ରସ୍ତୁତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଯାଇଥିଲା । ସେହିପରି ପୋଷ୍ଟ ଗ୍ରାଜୁଏଟ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଶ୍ରେଷ୍ଠ ଗବେଷଣା ଏବଂ ସନ୍ଦର୍ଭ ଲେଖିଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ