ସୋମବାର ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର : ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋମବାର ଭୁବନେଶ୍ବର ଏମ୍ସର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ହେବେ ସାମିଲ। ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ରାଜ୍ୟ ସ୍ଵାସ୍ଥ୍ୟମନ୍ତ୍ରୀ, ଭୁବନେଶ୍ବର ସାଂସଦ ମଧ୍ୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହି ଗସ୍ତ ଅବସରରେ ବିଭିନ୍ନ ବିଭାଗରେ ମୋଟ୍ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଗ୍ରୀ ସାର୍ଟିଫିକେଟ୍ । ୩୧ ଜଣ ଛାତ୍ରଛାତ୍ରୀ ପାଇବେ ସ୍ବର୍ଣ୍ଣ ପଦକ। ଏହି ଅବସରରେ ରାଷ୍ଟ୍ରପତିଙ୍କ ଉପସ୍ଥିତି କାର୍ୟ୍ୟକ୍ରମକୁ ଆହୁରି ଭବ୍ୟ କରିବ। ତେଣୁ ବେଶ୍ ଉତ୍ସାହିତ ଅଛନ୍ତି ଏମ୍ସ କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ। ସେପଟେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ପୋଲିସ ପ୍ରଶାସନ। ସୁରକ୍ଷା ଦାୟିତ୍ବରେ ରହିବେ ୨୫୦ ଜଣ ପୋଲିସ ଅଧିକାରୀଙ୍କ ସହ ୫୦ ପ୍ଲାଟୁନ୍ ଫୋର୍ସ। ବିମାନବନ୍ଦରରୁ ଏମ୍ସ ପର୍ୟ୍ୟନ୍ତ ରାସ୍ତାରେ କଡ଼ା ସୁରକ୍ଷା ବ୍ୟବସ୍ଥାର ବନ୍ଦୋବସ୍ତ କରାଯାଇଛି। ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ବର ଡିସିପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଓ ପ୍ରଶାସନିକ ଅଧିକାରୀ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ରାଜଧାନୀରୁ କଟକ ଯାଏ ବ୍ୟାପକ ବ୍ୟବସ୍ଥା ହୋଇଛି।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ମହିଳା ହେଲପଲାଇନ ନଂ-୧୮୧

    ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧