ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦ କୋଟି ଟଙ୍କା ବ୍ୟୟ କରାଯାଇଛି । ମନ୍ଦିର ଚାରିପାଖରେ ଚାରୋଟି ଆକର୍ଷଣୀୟ ଦ୍ୱାର ସହ ପଥରର ପାଚେରୀ ନିର୍ମାଣ କରାଯାଇଛି । ଶ୍ରଦ୍ଧାଳୁମାନଙ୍କ ପାଇଁ ଯାତ୍ରୀ ନିବାସ, ପ୍ରବଚନ ଗୃହ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ ଏବଂ ମୁଣ୍ଡନ ମଣ୍ଡପର ବ୍ୟବସ୍ଥା କରାଯାଇଛି । ଏହା ସହ ସୁନ୍ଦର ଲ୍ୟାଣ୍ଡସ୍କେପିଂ, ଆକର୍ଷଣୀୟ ଆଲୋକ ସଜ୍ଜା, ସିସିଟିଭି ଏବଂ ଗାଡ଼ି ପାର୍କିଂ ପାଇଁ ସ୍ୱତନ୍ତ୍ର ସ୍ଥାନ ପ୍ରସ୍ତୁତ କରାଯାଇଛି । ମୁଖ୍ୟମନ୍ତ୍ରୀ ଚଣ୍ଡୀମନ୍ଦିର ଉଦ୍‌ଘାଟନ ପରେ ଗଡଗଡିଆ ଘାଟ ନିକଟରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଏସ୍‌ସିବି ମେଡିକାଲ ଠାରେ ନୂତନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିିବାର ଯୋଜନା ରହିଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହୋଇପଡିଛି ।

  • Related Posts

    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading
    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ