ସୋମବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତା ୧୭ ତାରିଖ ସୋମବାର ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ହେବ । ଏହା ଦଇତାପତି ସେବକଙ୍କ ଗୋଷ୍ଠୀଗତ ସେବା । ଅପରାହ୍ଣରୁ ସନ୍ଧ୍ୟା ସମୟରେ ଏହି ନୀତି ସମ୍ପନ୍ନ ହେବ । ଏହି ଗୁପ୍ତ ନୀତି ସମୟରେ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ସେବା ହୋଇଥାଏ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ବୋଲି ସେବକମାନେ କହିଛନ୍ତି । ସୋମବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ପଇତା ଲାଗି ସମୟ ଧାର୍ୟ୍ୟ ହେବ ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ