ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।
ସେହିପରି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି । ୧୬ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ ।୧୮ ଓ ୧୯ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ