ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ସଂଗ୍ରାମ ବେହେରାଙ୍କ ଆତ୍ମସମର୍ପଣ

ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବଡ଼ ଅପଡେଟ୍ ଆସିଛି। ପାରଳାଖେମୁଣ୍ଡିର ତତ୍କାଳୀନ ଡିଏଫଓ (DFO) ସଂଗ୍ରାମ କେଶରୀ ବେହେରା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେ ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି।୨୦୨୧ ମସିହା ଜୁଲାଇ ୧୧ ତାରିଖରେ ACF ସୌମ୍ୟରଞ୍ଜନ ମହାପାତ୍ର ନିଜ ସରକାରୀ କ୍ୱାର୍ଟର୍ସରେ ନିଆଁରେ ପୋଡ଼ି ହୋଇ ଯାଇଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାଟି ସନ୍ଦେହଜନକ ଥିବା ଅଭିଯୋଗ କରି ପରିବାର ଲୋକେ ତଦନ୍ତ ଦାବି କରିଥିଲେ।ସୌମ୍ୟରଞ୍ଜନଙ୍କ ପରିବାର ପକ୍ଷରୁ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ତତ୍କାଳୀନ DFO ସଂଗ୍ରାମ ବେହେରାଙ୍କ ଉପରେ ଅଭିଯୋଗ ଅଣାଯାଇଥିଲା। ଏହି ମାମଲାରେ ପରେ ତିନି ଜଣଙ୍କ ନାଁରେ ମାମଲା ରୁଜୁ ହୋଇଥିଲା।ମାମଲାର ଅନ୍ୟ ଅଭିଯୁକ୍ତଙ୍କ ମଧ୍ୟରେ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁ ରହିଥିଲା।
ସଂଗ୍ରାମ ବେହେରାଙ୍କ ଆତ୍ମସମର୍ପଣ ପରେ ଏହି ବହୁଚର୍ଚ୍ଚିତ ମାମଲା ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏବେ ଆଗାମୀ ଆଇନଗତ ପ୍ରକ୍ରିୟାରେ ମାମଲାର ବିଚାର କରାଯିବ।

  • Related Posts

    ସାମ୍ବାଦିକ ପ୍ରତାପ କିଶୋର ନାୟକଙ୍କ ପରଲୋକ

    ଦେବଗଡ଼:ନକ୍ଷତ୍ରନ୍ୟୁଜ ଦେବଗଡ଼ ଜିଲ୍ଲା ପ୍ରତିନିଧି ପ୍ରତାପ କିଶୋର ନାୟକଙ୍କ ଆଜି ସକାଳେ ପରଲୋକ ହୋଇଯାଇଛି।ସ୍ବର୍ଗତ ନାୟକ ବେଶ କିଛି ଦିନ ହେବ ଅସୁସ୍ଥ ଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ମୃତ୍ୟୁ ଘଟିଥିଲା।ମୃତ୍ୟୁ ଶର୍ଯ୍ୟା ନିକଟରରେ ତାଙ୍କ ପରିବାରର ସମସ୍ତ ସଦସ୍ୟ…

    Continue reading
    ‘ଗୋଟେ ଦିନ ମୋ ଗାଁ ପାଇଁ’ ଅଭିଯାନ,ପରିଚ୍ଛନ୍ନତା ସହ ସୌରଶକ୍ତି ଯୋଜନା ଉପରେ ସଚେତନତା

    ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକରେ ସରକାରଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ‘ଗୋଟେ ଦିନ ମୋ ଗାଁ ପାଇଁ’ ଅଭିଯାନ ଆରମ୍ଭ ହୋଇଛି। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗ୍ରାମପଞ୍ଚାୟତର ସମସ୍ତ ୱାର୍ଡରେ କ୍ରମାଗତ ୬ଦିନ ଧରି ଏହି ଅଭିଯାନ ଚାଲିବ। ଏହା ଅନ୍ତର୍ଗତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ