ନବରଙ୍ଗପୁର: ନବରଙ୍ଗପୁର ସହର ଚାଉଁରିଆଗୁଡ଼ାରେ ଥିବା ଏକ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଅମିତ ବାଘ ଓ ତ୍ରିଲୋଚନ ଯାନୀ। ଅମିତଙ୍କ ଘର ନନ୍ଦାହାଣ୍ଡି ବ୍ଲକ ବଡ଼ ଡାଇଭଟ୍ଟାଗ୍ରାମର ହୋଇଥିବା ବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ ହୋଇଥିବା ସୂଚନା ମିଳିଛି। ତ୍ରିଲୋଚନ ଏକ ଢ଼ାବାରେ କାମ କରନ୍ତି। ଗତକାଲି ସେ କାମ ସାରି ସ୍କୁଟିରେ ଘରକୁ ଫେରୁଥିଲେ। ଅମିତ ଖ୍ରୀଷ୍ଟ ମାସପର୍ବ ସକାଶେ ସାମଗ୍ରୀ କିଣି ବାଇକରେ ବଡ଼ଡାଇ ଭଟ୍ଟାସ୍ଥିତ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ଚାଉଁରିଆଗୁଡ଼ା ନିକଟରେ ବାଇକ୍ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ
ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…








