ସ୍କୁଟି ଡିକିରୁ ୩ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍

ବରଗଡ଼ : ଚାଷୀଙ୍କ ସ୍କୁଟି ଡିକିରୁ ଟଙ୍କା ଲୁଟ୍‌ ଅଭିଯୋଗ । ୩ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବରଗଡ଼ ଜିଲ୍ଲା ଗୌରପଡା ଅଞ୍ଚଳରେ ଏହି ଲୁଟ୍ ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଚାଷୀ ଜଣଙ୍କ ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟ ଶାଖାରୁ ଧାନ ବିକ୍ରି ଟଙ୍କା ବାହାର କରିଥିବା ବେଳେ ଗୌରପଡା ଓ ଥାନା ଛକ ମଧ୍ୟରେ ଅଟକିଥିଲେ । ତେବେ ସ୍କୁଟି ଡ଼ିକି ଭାଙ୍ଗି ୩ ଲକ୍ଷ ୫୦ ହଜାର ଟଙ୍କା ଚୋରି ହୋଇଯାଇଛି । ଭେଡେନ ବ୍ଲକ ବୁର୍ଦା ଗାଁର ଚାଷୀ ସଚ୍ଚିଦାନନ୍ଦ ପଣ୍ଡା ଏ ନେଇ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଗୋଟିଏ ପଟେ ଅଦିନିଆ ବର୍ଷାରେ ଧାନ ନଷ୍ଟ ତ ଅନ୍ୟପଟେ ଧାନ ବିକ୍ରି ଟଙ୍କା ଚୋରି ହୋଇଯାଇଛି ଯାହାକୁ ନେଇ ଚାଷୀ ସଚ୍ଚିଦାନନ୍ଦ ଚିନ୍ତାରେ ଥିଲେ । ପୋଲିସ ଏକ ଚୋରି ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

  • Related Posts

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ନବରଙ୍ଗପୁର: ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଜଘନ୍ୟ ଘଟଣା ସାମ୍ନାକୁ ଆସିଛି ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳରୁ। ରବିବାର ଗାଁ ପାଖ ପଡ଼ିଆ ନିକଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ ଦୁଷ୍କର୍ମ ପରେ…

    ବୌଦ୍ଧ ଏମଭିଆଇଙ୍କ ୩୬ଟି ପ୍ଲଟ୍‌ ଠାବ

    ଭୁବନେଶ୍ୱର: ବୌଦ୍ଧ ଏମଭିଆଇ ଗୋଲପ ଚନ୍ଦ୍ର ହାଁସଦାଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ ଜାରି ରହିଛି । ଏହି ଚଢାଉ ବେଳେ ଗୋଟିଏ ବହୁମହଲା କୋଠା, ୩୬ଟି ପ୍ଲଟ୍, ପ୍ରାୟ ୨୫୦ ଗ୍ରାମ ସୁନା, ୨.୩୮ ଲକ୍ଷ ଟଙ୍କାରୁ ଅଧିକ ନଗଦ,…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ