ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ ଚିକିତ୍ସା କରାଯାଇଛି।

ଆହତ ଛାତ୍ରଙ୍କ ଅବିଭାବକ ନୀଳ ଖିଲ ଓ ପୂର୍ଣ୍ଣ ଖିଲଙ୍କ ସୂଚନା ମୁତାବକ ଦୁଇ ଶିଶୁ ଘରୁ ସ୍କୁଲ ଯାଇଥିଲେ। ସ୍କୁଲ ଫାଟକ ଧରି ଭିତରକୁ ପ୍ରବେଶ ବେଳେ ଦୁର୍ବଳ ସ୍ଥିତିରେ ଥିବା ଲୁହା ଫାଟକ ସମେତ ସିମେଣ୍ଟ ପାଚେରି ଭୁଶୁଡ଼ି ଦୁଇ ଛାତ୍ରଙ୍କ ଉପରେ ପଡ଼ିଥିଲା। ସଙ୍ଗେ ସଙ୍ଗେ ଗ୍ରାମବାସୀ ଓ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଦୁଇ ଜଣଙ୍କ ଚିକିତ୍ସା ପରେ ବର୍ତ୍ତମାନ ସୁସ୍ଥ ଥିବା ସୂଚନା ଦେଇଛନ୍ତି। ଫାଟକ ଭୁଶୁଡ଼ି ପଡ଼ିବା ନେଇ କର୍ତ୍ତୃପକ୍ଷ ନନ୍ଦପୁର ବ୍ଲକ ଶିକ୍ଷାଧିକାରୀ ଓ ବିଡିଓଙ୍କୁ ଅବଗତ କରିଥିବା ସୂଚନା ଦେଇଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ