ସ୍କୁଲ ବସକୁ ଧକ୍କା ଦେଲା ଟ୍ରଲର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ସ୍କୁଲ ବସକୁ ଧକ୍କା ଦେଲା ଟ୍ରଲର। ଦୁର୍ଘଟଣାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ଜଣେ ଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ବସ୍‌ଟି ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଛାଡ଼ିବାକୁ ଯାଉଥିଲା। ଏହି ସମୟରେ ଏକ ଟ୍ରଲର ଆସି ସ୍କୁଲ ବସ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ଜଣେ ଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସାପରେ ଛାତ୍ରଛାତ୍ରୀ ଘରକୁ ଫେରିଥିବା ଜଣାଯାଇଛି। ଦୁର୍ଘଟଣା ପରେ ଟ୍ରଲର ଡ୍ରାଇଭର ଗାଡ଼ି ଛାଡ଼ି ଚମ୍ପଟ ମାରିଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

  • Related Posts

    ଘରେ ଫାଟିଲା ଗ୍ୟାସ ଟାଙ୍କି ; ୩ ଆହତ

    ଖଇରା : ବାଲେଶ୍ବର ଜିଲ୍ଲା ଖଇରା ବ୍ଳକ ସାରଡାଙ୍ଗ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଜଣ ଆହତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସୂଚନାନୁଯାୟୀ, ମନୋରଞ୍ଜନ ପଣ୍ଡାଙ୍କ ସ୍ତ୍ରୀ ରୋଷେଇ…

    Continue reading
    ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

    କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ