ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍‌, ୩ ମୃତ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ସ୍କୁଲ ଗାଡ଼ି ପାସେଞ୍ଜର ଟ୍ରେନର ସମ୍ମୁଖୀନ ହେବା ଫଳରେ ୨ ଜଣ ସ୍କୁଲ ଛାତ୍ରଙ୍କ ସମେତ ୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ଅନ୍ୟ ୫ ଜଣ ଛାତ୍ର ଗୁରୁତର ଭାବେ ଆହତ ହୋଇଛନ୍ତି । ପୂର୍ବ ରେଳବାଇର ସିଆଲଦା ଡିଭିଜନ ଅନ୍ତର୍ଗତ ମୁର୍ଶିଦାବାଦର ବହରମପୁର ଥାନା ଅଞ୍ଚଳରେ ଥିବା କର୍ଣ୍ଣସୁବର୍ଣ୍ଣ ଏବଂ ଗୋବିନ୍ଦପୁର ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଏକ ଲେଭଲ କ୍ରସିଂରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଦୁଇଜଣ ସ୍କୁଲ ଛାତ୍ର ଥିବାବେଳେ ଜଣେ ସାଇକେଲ ଆରୋହୀ ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଏକ ଘରୋଇ ସ୍କୁଲର ଗାଡ଼ି ପିଲାମାନଙ୍କୁ ନେଇ ଯାଉଥିବା ସମୟରେ ଲେଭଲ କ୍ରସିଂର ଗେଟ୍ ଖୋଲା ଥିଲା । ଗାଡ଼ିଟି ଟ୍ରାକ୍ ପାର୍ ହେଉଥିବା ବେଳେ ସାମ୍ନା ପଟୁ ଆସୁଥିବା ‘ନିମତିତା-କାଟୋୟା’ ପାସେଞ୍ଜର ଟ୍ରେନ ଏହାକୁ ଜୋରଦାର ଧକ୍କା ଦେଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ ସ୍କୁଲ ଗାଡ଼ିଟି ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ, “ପୂର୍ବରୁ ଏକ ଅପ୍-ଲାଇନ ଟ୍ରେନ୍ ଯିବା ପାଇଁ ଗେଟ୍ ବନ୍ଦ କରାଯାଇଥିଲା । ଟ୍ରେନ ଚାଲିଯିବା ପରେ ଗେଟ୍ ଖୋଲି ଦିଆଯାଇଥିଲା, ମାତ୍ର ଦ୍ୱିତୀୟ ଲାଇନରେ ଅନ୍ୟ ଏକ ଟ୍ରେନ୍ ଆସୁଥିଲେ ମଧ୍ୟ ଗେଟ୍ ବନ୍ଦ କରାଯାଇ ନଥିଲା । ରେଳବାଇ ଗେଟ୍‌ମ୍ୟାନଙ୍କ ଚରମ ଅବହେଳା ଯୋଗୁଁ ହିଁ ଏହି ଦୁର୍ଘଟଣା ଘଟିଛି ।”

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଗାଡ଼ି ଭିତରେ ଫସି ରହିଥିବା ପିଲାମାନଙ୍କୁ ବାହାର କରିଥିଲେ । ସମସ୍ତ ଆହତଙ୍କୁ ପ୍ରଥମେ କର୍ଣ୍ଣସୁବର୍ଣ୍ଣ ବ୍ଲକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ମୁର୍ଶିଦାବାଦ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୁଲିସ ଓ ରେଳବାଇର ବରିଷ୍ଠ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଏହି ମର୍ମନ୍ତୁଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ