ସ୍ତ୍ରୀର ତଣ୍ଟି କାଟିଦେଲା ସ୍ୱାମୀ

ପଦ୍ମପୁର: ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ନୃସଂଶ ସ୍ୱାମୀ । ମୃତ ମହିଳା ଜଣକ ଚନ୍ଦ୍ରକାନ୍ତି ସାହୁ ଏବଂ ହତ୍ୟାକାରୀ ସ୍ୱାମୀ ରାମ ସାହୁ ବୋଲି ଜଣାପଡ଼ିଛି । ହତ୍ୟା କରିବା ପରେ ଘରେ ତାଲା ଦେଇ ସ୍ୱାମୀ କେଉଁଆଡେ ପଳାଇଥିବା ବେଳେ ଏହି ହତ୍ୟାତାଣ୍ଡର କାରଣ ଅସ୍ପଷ୍ଟ ରହିଛି । ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଜେନକେଡା ଗ୍ରାମର କଲୋନୀ ପଡାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ରାତିରେ ଦୁଇ ଜଣ ଶୋଇଥିବା ସମୟରେ ସ୍ବାମୀ ଏହି ଜଘନ୍ୟ କାଣ୍ଡ କରିଛି । ସ୍ତ୍ରୀ ଚନ୍ଦ୍ରକାନ୍ତି ସାହୁ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ଗଳାକାଟି ହତ୍ୟା କଲା ସ୍ବାମୀ ରାମ ସାହୁ । ପରେ ଘରେ ତାଲା ଦେଇ କେଉଁଆଡ଼େ ଚାଲିଯାଇଛି ସ୍ୱାମୀ । ଏହି ଘଟଣା ସମ୍ପର୍କରେ ତାଙ୍କ ପଡ଼ୋଶୀ ପୋଲିସକୁ ଖବର ଦେଇଥିଲେ । ପଡ଼ୋଶୀଙ୍କ ଠାରୁ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି । ଘରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ମୃତଦେହକୁ ଦେଖି ଜଣାପଡୁଛି ଯେ, ଦୁଇ ଦିନ ପୂର୍ବରୁ ଏହି ହତ୍ୟାକାଣ୍ଡ ହୋଇଛି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ