ସ୍ନାନପୂର୍ଣ୍ଣିମା, ସୁରକ୍ଷା ଦାୟିତ୍ଵରେ ରହିବେ ୭୦ ପ୍ଲାଟୁନ ଫୋର୍ସ

ପୁରୀ: ଜୁନ ୧୧ରେ ପବିତ୍ର ସ୍ନାନପୂର୍ଣ୍ଣିମା। ରତ୍ନବେଦୀ ଛାଡ଼ି ସ୍ନାନ ବେଦୀକୁ ଆସିବେ ଚତୁର୍ଦ୍ଧା ବିଗ୍ରହ। ଏଥିପାଇଁ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ଠାକୁରଙ୍କ ପହଣ୍ଡି, ଜଳଲାଗି, ହାତୀବେଶ ସମୟରେ ଶୃଙ୍ଖଳା ରକ୍ଷା ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି। ସ୍ନାନ ଯାତ୍ରାରେ ଭକ୍ତଙ୍କ ସୁରକ୍ଷା, ଟ୍ରାଫିକ, ପାର୍କିଂ ସହ ଅନ୍ୟାନ୍ୟ ବ୍ୟବସ୍ଥା ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି।
ପୋଲିସ ପକ୍ଷରୁ ଖୋଲାଯିବ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ । ଆଉ ମାତ୍ର ପାଞ୍ଚ ଦିନର ଅପେକ୍ଷା। ଜୁନ୍ ୧୧ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ। ତେଣୁ ପୁରୀ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଚାରୋଟି ନିଯୋଗ ସହିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ବୈଠକରେ ଆଲୋଚନା ହୋଇଥିଲା।
ସ୍ନାନ ମଣ୍ଡପରେ ସିସିଟିଭି ବ୍ୟବସ୍ଥା ସହ କମ ସମୟରେ କିଭଳି ଅଧିକ ଭକ୍ତ ଦର୍ଶନ କରିପାରିବେ ସେନେଇ ମଧ୍ୟ ଆଲୋଚନା ହୋଇଥିଲା। ଠାକୁରଙ୍କ ପହଣ୍ଡି ଦର୍ଶନ ପାଇଁ ତିନି ହଜାର ଟିକେଟ ବ୍ୟବସ୍ଥା କରାଯାଇଛି। ପ୍ରତି ଟିକେଟର ମୂଲ୍ୟ ୧୫୦ ଟଙ୍କା ରଖାଯାଇଥିବା କହିଛନ୍ତି ବରିଷ୍ଠ ଦଇତାପତି ସେବାୟତ ବିନାୟକ ଦାସମହାପାତ୍ର। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ସମ୍ମୁଖରେ ସେଡ୍, ପାନୀୟ ଜଳ ସହ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବ। ବର୍ଷା ହେଲେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ। ପ୍ରଶାସନର ଏଭଳି ପ୍ରସ୍ତୁତିକୁ ସ୍ବାଗତ କରିଛନ୍ତି ସେବାୟତ।
ସେହିପରି ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଶୃଙ୍ଖଳିତ ଆୟୋଜନ ନେଇ ପୁରୀ ଏସପି ଓ ବରିଷ୍ଠ ପୋଲିସ ଅଫିସରଙ୍କୁ ନେଇ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଏସ୍ ପ୍ରବୀଣ କୁମାର। ସୁରକ୍ଷା ଦାୟିତ୍ବରେ ୪ଜଣ ଏସପି ଓ ୪୫୦ ପୋଲିସ ଅଫିସରଙ୍କ ସହିତ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଚଳିତବର୍ଷ AI ମାଧ୍ୟମରେ ଭିଡ଼ ନିୟନ୍ତ୍ରଣ ହେବ ବୋଲି କହିଛନ୍ତି ଆଇଜି। ଅଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଖୋଲାଯିବ। ଭିଆଇପି ଏବଂ ଭିଭିଆଇପିଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିଛି ପୋଲିସ ପ୍ରଶାସନ। ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ଅଛି ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି।‌

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ