ହକି ଚାମ୍ପିୟନସିପ୍‌: ରୌପ୍ୟ ପଦକ ଜିତିଥିବା ଓଡ଼ିଶା ପୁରୁଷ ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର,୨୫/୦୮: ୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିୟନସିପ୍‌ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ ଆଜି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ପୁରୁଷ ହକି ଦଳର ଏହି ସଫଳତା ପାଇଁ ଦଳର ସମସ୍ତ କ୍ରୀଡ଼ାବିତ୍‌ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଭବିଷ୍ୟତରେ ମଧ୍ୟ ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ପଦକ ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବା ନିମନ୍ତେ ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରିଛନ୍ତି। ଏଥିସହ ଆମ କ୍ରୀଡ଼ାବିତ୍‌ମାନଙ୍କର ବିଜୟର ଗୌରବମୟ ଜୟଯାତ୍ରା ଆଗକୁ ମଧ୍ୟ ଜାରି ରହିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ଆଶାବ୍ୟକ୍ତ କରିଛନ୍ତି। ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ହକି ଇଣ୍ଡିଆର ପ୍ରେସିଡେଣ୍ଟ ଶ୍ରୀ ଦିଲୀପ ତିର୍କୀ, କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, ହକି ପ୍ରମୋସନ କାଉନସିଲ, ଓଡ଼ିଶାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦୀପଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading
    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ