
ଭୁବନେଶ୍ୱର:ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ ମନା କଟକଣାକୁ ପ୍ରତ୍ୟାହୃତ କରାଇଛି । ସାମ୍ବାଦିକଙ୍କ ଆନେ୍ଦାଳନରେ ରାଜ୍ୟ ସରକାର ନିଷ୍ପତ୍ତି ବଦଳାଇଛନ୍ତି । ମୋବାଇଲ କଟକଣା ଉଠିଲା ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ମାତ୍ର ମିଡିଆ ଗ୍ୟାଲେରୀରେ ଫଟୋଗ୍ରାଫି ଓ ଭିଡିଓ ରେକଡିଂକୁ ମନା କରାଯାଇଛି ।
ସୂଚନାଯୋଗ୍ୟ ଯେ, ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ହେବା ଭିଡିଓ ଭାଇରାଲ ହେଇଥିଲା । ମଙ୍ଗଳବାର ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହେଇଥିଲେ । ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କର ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ, ଯାହାର ଖବର ପ୍ରସାରଣ କରିଥିଲା ଗଣମାଧ୍ୟମ ।
ଗତକାଲିର ଘଟଣା ପରେ,ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯିବା ସହିତ, ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା । ଯାହା ଫଳରେ ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିଥିଲେ ।