ହଟିଲା ସାମ୍ବାଦିକଙ୍କୁ ମୋବାଇଲ କଟକଣା

ଭୁବନେଶ୍ୱର:ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ ମନା କଟକଣାକୁ ପ୍ରତ୍ୟାହୃତ କରାଇଛି । ସାମ୍ବାଦିକଙ୍କ ଆନେ୍ଦାଳନରେ ରାଜ୍ୟ ସରକାର ନିଷ୍ପତ୍ତି ବଦଳାଇଛନ୍ତି । ମୋବାଇଲ କଟକଣା ଉଠିଲା ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ମାତ୍ର ମିଡିଆ ଗ୍ୟାଲେରୀରେ ଫଟୋଗ୍ରାଫି ଓ ଭିଡିଓ ରେକଡିଂକୁ ମନା କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ହେବା ଭିଡିଓ ଭାଇରାଲ ହେଇଥିଲା । ମଙ୍ଗଳବାର ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହେଇଥିଲେ । ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କର ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ, ଯାହାର ଖବର ପ୍ରସାରଣ କରିଥିଲା ଗଣମାଧ୍ୟମ ।

ଗତକାଲିର ଘଟଣା ପରେ,ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯିବା ସହିତ, ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା । ଯାହା ଫଳରେ ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିଥିଲେ ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ