ହସ୍ପିଟାଲରେ ଭର୍ତ୍ତି ବବି

ଭୁବନେଶ୍ୱର: ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ସାରା ରାଜ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି । ତେଜୁଛି ଆନ୍ଦୋଳନ । ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧ । ଲୋୟର ପିଏମଜି ରେ ପୁଲିସ୍‌- ବିଜଡେି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେଭା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ୍‌ କରିଛି ପୁଲିସ୍‌ । ଏହି ଲୁହାବୁହା ଗ୍ୟାସ୍‌ ମାଡରେ ପ୍ରଣବପ୍ରକାଶ ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା । ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଆନ୍ଦେୋଳନ କାରୀଙ୍କୁ ଉଠାଇନେଇଛି ପୋଲିସ୍‌ । ସତାଧିକ ବିଜଡେି କର୍ମୀ ଅଟକ ଥିବା ସୂଚନା । ଏଫ୍‌ଏମ୍‌ କଲେଜ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି । ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ