ହସ୍ପିଟାଲରେ ଭର୍ତ୍ତି ବବି

ଭୁବନେଶ୍ୱର: ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ସାରା ରାଜ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି । ତେଜୁଛି ଆନ୍ଦୋଳନ । ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧ । ଲୋୟର ପିଏମଜି ରେ ପୁଲିସ୍‌- ବିଜଡେି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେଭା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ୍‌ କରିଛି ପୁଲିସ୍‌ । ଏହି ଲୁହାବୁହା ଗ୍ୟାସ୍‌ ମାଡରେ ପ୍ରଣବପ୍ରକାଶ ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା । ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଆନ୍ଦେୋଳନ କାରୀଙ୍କୁ ଉଠାଇନେଇଛି ପୋଲିସ୍‌ । ସତାଧିକ ବିଜଡେି କର୍ମୀ ଅଟକ ଥିବା ସୂଚନା । ଏଫ୍‌ଏମ୍‌ କଲେଜ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି । ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ