ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

କଟକ: ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ ଦାୟର କରିଛନ୍ତି। ପୂର୍ବରୁ ସେପ୍ଟେମ୍ବର ୩୦ରେ କଟକ ଅତିରିକ୍ତ ଦୌରା ଜଜ୍‌ ତଥା ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ତାଙ୍କ ଜାମିନ ଆବେଦନକୁ ଖାରଜ କରିଥିଲେ।

ଦୁଇ ବିହାରୀ କଏଦୀ ଜେଲ୍‌ରୁ ଫେରାର ହେବା ଘଟଣା ପରେ ସୁଜିତଙ୍କ ବିରୋଧରେ ଚୌଦ୍ୱାର ଥାନାରେ ଜେଲ୍‌ର ପୂର୍ବତନ ଜେଲର୍‌ ଏତଲା ଦେଇଥିଲେ। ସରକାରୀ ରେକର୍ଡରେ ହେରଫେର କରିବା ଏବଂ ସରକାରୀ ଡ୍ୟୁଟିରେ ଥାଇ ଅପରାଧିକ ବ୍ୟବହାର କରିବା ଭଳି ସଙ୍ଗିନ ଅଭିଯୋଗ ତାଙ୍କ ବିରୋଧରେ ରହିଛି।

ଏଥିସହ ୨୦୨୫ ଅକ୍ଟୋବର ୨ରେ ‘ସୁପରିନଟେଣ୍ଡେଣ୍ଟ ମିନିଟ୍‌ ବୁକ୍‌’ରେ ଜେଲର୍‌ଙ୍କ ଦସ୍ତଖତ ଜାଲିଆତି କରାଯାଇଥିବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ତଦନ୍ତ ଚାଲିଥିବା ବେଳେ ଜାମିନ ପାଇଁ ସୁଜିତ ହାଇକୋର୍ଟରେ ଆବେଦନ କରିଛନ୍ତି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ