ହାଇୱା ଧକ୍କାରେ ମହିଳା ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ତିନି ମୁହାଣୀ ଛକରେ ସଡ଼କ ଦୁର୍ଘଟଣା। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହା ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉତ୍ୟକ୍ତ ଲୋକେ ହାଇୱାକୁ ଅଟକ ରଖିବା ସହ ଡ୍ରାଇଭରକୁ ନିସ୍ତୁକ ମାଡ଼ ମାରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଂଚିଛି। ପୋଲିସ ଉପସ୍ଥିତିରେ ଡ୍ରାଇଭରକୁ ପିଟିଛନ୍ତି ଲୋକେ। ଏକ ସ୍କୁଟିରେ ସ୍ବାମୀ, ସ୍ତ୍ରୀ ଓ ପୁଅ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ସ୍ବାମୀ, ସ୍ତ୍ରୀ ଯାଉଥିବା ବେଳେ ଦ୍ରୁତଗତିରେ ଆସୁଥିବା ହାଇୱା ଧକ୍କା ଦେଇଥିଲା। ସ୍ବାମୀ ଓ ପୁଅ ଆହତ ହୋଇଛନ୍ତି। ମାଟ୍ରିକ୍ ପରୀକ୍ଷା ପାଇଁ ଯାଉଥିବା ପୁଅର ହାତ ଭାଙ୍ଗିଯାଇଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ