ହାତୀ ଆକ୍ରମଣରେ ଜଣେ ମହିଳା ମୃତ

ବରଗଡ଼: ମହୁଲଫୁଲ ଗୋଟାଇବା ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା । ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଟୁରଚା ଗାଁରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ହାତୀଟି ଉକ୍ତ ଅଞ୍ଚଳରେ ବୁଲୁଥିବା ନେଇ ମଙ୍ଗଳବାର ରାତିରୁ ବନବିଭାଗ ସଚେତନ କରିଥିଲା । ଗାଇସିଲଟ ଥାନା ଟୁରଚା ଗାଁର ଦୁଇ ଜଣ ମହିଳା ବୁଧବାର ସକାଳୁ ମହୁଲଫୁଲ ଗୋଟାଇବା ପାଇଁ ଯାଇଥିଲେ । ଏହି ସମୟରେ ଉଭୟ ହାତୀ ଆକ୍ରମଣର ଶିକାର ହୋଇଥିଲେ । ହାତୀ ଆକ୍ରମଣର ଶିକାର ହୋଇ ଘଟଣା ସ୍ଥଳରେ ହିଁ ଜଣଙ୍କ ମୃତ୍ୟୁ ହୋଇଥିଲା ଏବଂ ଅନ୍ୟ ଜଣେ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ମହିଳାଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ବନବିଭାଗ କର୍ମଚାରୀ ଓ ପୋଲିସ ପହଁଛି ଯାଞ୍ଚ ଆରମ୍ଭ କରିଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ