ହାତୀ ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଞ୍ଜ ଢୋଲମଣ୍ଡଳ ସେକ୍ସନ ବାନ୍ଧନପାଲି ଗାଁ ରାଜୁ ଜଙ୍ଗଲରେ ହାତୀ ଆକ୍ରମଣରେ ତିନି ଜଣ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ- ପ୍ରଶାନ୍ତ ନାଏକ, ରୁପେଶ ଛତ୍ରିଆ ଓ ତାରେଶ୍ୱର ରଣା।
ଏହି ତିନି ବନ କର୍ମଚାରୀଙ୍କୁ ଉଦ୍ଧାର କରି ପ୍ରଥମେ ତୁରେକେଲା ଡାକ୍ତରଖାନା ନିଆଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ହାତୀ ଘଉଡ଼ାଉ ଥିବା ବେଳେ ସେମାନଙ୍କର ଏହି ଅବସ୍ଥା ହୋଇଥିଲା। ତେବେ ଏନେଇ ବନ ବିଭାଗ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

Related Posts

ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

Continue reading
ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ