ହାତୀ ଆକ୍ରମଣରେ ବୃଦ୍ଧ ମୃତ

ବନ୍ତଳା: ହାତୀ ଆକ୍ରମଣରେ ପୁଣି ଗଲା ଜୀବନ। ଜଙ୍ଗଲକୁ ଯାଇଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ହାତୀ ଆକ୍ରମଣ କରି ମାରିଦେଇଥିବା ସନ୍ଦେହ। ଏଭଳି ଅଭବାନୀୟ ଘଟଣା ବନ୍ତଳା ଥାନା ଅନ୍ତର୍ଗତ ଅନୁଗଳ ବନଖଣ୍ଡ ବନ୍ତଳା ରେଞ୍ଜ ଅଞ୍ଚଳରେ ଘଟିଛି। ମୃତକ ନନ୍ଦପୁର ପଞ୍ଚାୟତ ହିଂସାଲୋଇ ଗାଁର ନରତମ ମାଟିଆ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ବନ ବିଭାଗ ଓ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଗତକାଲି ନରତମ ଗାଁ ନିକଟ ଜଙ୍ଗଲକୁ ଯାଇଥିବା ବେଳେ ଆଉ ଫେରି ନଥିଲେ । ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଓ ଗ୍ରାମବାସୀ ନିକଟ ଜଙ୍ଗଲରେ ଖୋଜାଖୋଜି କରିଥିଲେ। ରାତି ପ୍ରାୟ ୧ଟା ସମୟରେ ନରତମଙ୍କ ଜଙ୍ଗଲ ନିକଟରେ ପଡ଼ି ଥିବା ଜଣାପଡିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ଅନୁଗୁଳ ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଆଜି ସକାଳେ ପୁଲିସ ଓ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଥିବା ଜଣାପଡ଼ିଛି । ହାତୀ ଆକ୍ରମଣରେ ନରତମଙ୍କ ମୃତ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।ଏ ନେଇ ସ୍ଥାନୀୟ ଅଞ୍ଚଳରେ ଚପା ଉତ୍ତେଜନା ଲାଗି ରହିଛି।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ