ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି। ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଗବେଷଣା ପରେ ହାତୀ ସଂରକ୍ଷଣ ନେଇ ସ୍ବତନ୍ତ୍ର ପଲିସି ବା ନୀତି ଆସିବ। ଓଡ଼ିଶାରେ ଏବେ ୨ ହଜାର ୧ ଶହ ହାତୀ ଥିବାରୁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି ହାତୀ କରିଡ଼ରରେ ଓଡ଼ିଶା ଦେଶରେ ଏକ ନମ୍ବର ସ୍ଥାନ ହାସଲ କରିଛି। ସହରୀକରଣ, ଭିତ୍ତିଭୂମି, କୃଷିର ସଂପ୍ରସାରଣ ଫଳରେ ହାତୀ ମଣିଷ ଲଢ଼େଇ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହାକୁ ରୋକିବାକୁ ସରକାର ଅନେକ ପଦକ୍ଷେପ ହାତକୁ ନେଇଛନ୍ତି। ଜଙ୍ଗଲରେ ଜଳ ଉତ୍ସ ନିର୍ମାଣ କରାଯାଇଛି।

୨୧୦୦ ହାତୀଙ୍କର ଘର ହେଉଛି ଓଡିଶା। ବନ ସୁରକ୍ଷା ସମିତି, ଗଜସାଥୀ ଦ୍ୱାରା ହାତୀଙ୍କୁ ସୁରକ୍ଷା ଦିଆଯାଉଛି। ଯେଉଁଠି ସମସ୍ୟା ହେଉଛି ସେଠି ହାତୀ ସ୍କ୍ବାଡ, ରାପିଡ଼ ରେସପନ୍ସ ଟିମ୍ ସାଙ୍ଗେ ସାଙ୍ଗେ ପହଞ୍ଚୁଛନ୍ତି।ମୃତ୍ୟୁ ପାଇଁ ସାଙ୍ଗେ ସାଙ୍ଗେ କ୍ଷତିପୂରଣ ଦିଆଯାଉଛି। ସର୍ଭିଲାନ୍ସ ପାଇଁ ଜିପିଏସ, ରେଡ଼ିଓ ସ୍କଲାର, ଏଆଇ କ୍ୟାମେରା ବ୍ୟବହାର କରାଯାଉଛି। ଆମ ସମସ୍ତଙ୍କୁ ମିଶି ହାତୀ ଏବଂ ମଣିଷ ଯେଭଳି ନିରାପଦରେ ରହିବେ ସେଭଳି ବାତାବରଣ ତିଆରି କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତ। ଗତ ୧୦ ବର୍ଷରେ ହାତୀ ମଣିଷ ଲଢେଇରେ ୯୦୦ ଜୀବନ ଯାଇଥିବା ବେଳେ ୭୫୦ ହାତୀ ପ୍ରାଣ ହରାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ