ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରରେ ପ୍ରବେଶ, ଯୁବକ ଅଟକ

ପୁରୀ : ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବକଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଯାଇଥିବା ଜଣାପଡ଼ିଛି। ବେହରଣ ଦ୍ୱାର ନିକଟରେ ଯୁବକଙ୍କ ଗତିବିଧି ସନ୍ଦେହଜନକ ଲାଗିବାରୁ ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକ କରି ତଦନ୍ତ କରିଥିଲେ। ତାଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଥିବା ଜଣାପଡ଼ିବା ପରେ ପୋଲିସ ତାଙ୍କୁ ହିଡେନ୍ କ୍ୟାମେରା ସହିତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବା ଏକ ଗୁରୁତର ସୁରକ୍ଷା ଉଲ୍ଲଂଘନ ଭାବେ ବିବେଚନା କରାଯାଉଛି।

ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ଉଦ୍ଦେଶ୍ୟ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି। ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ଏହି ଘଟଣାକୁ ଗୁରୁତ୍ୱ ଦେଇ ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବା ପାଇଁ ଚର୍ଚ୍ଚା କରୁଛନ୍ତି।ଏହି ଘଟଣା ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଉପରେ ପୁନର୍ବାର ପ୍ରଶ୍ନ ଉଠାଇଛି। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ