ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି ଆହୁରି ୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ମୋଟ ୮ଟି ଗେଟ୍‌ରେ ଅତିରିକ୍ତ ବନ୍ୟା ଜଳ ନିଷ୍କାସନ କରାଯାଉଛି।

ଖୋଲା ଯାଇଥିବା ମୋଟ ୮ଟି ସ୍ଲୁଇସ ଗେଟ ମଧ୍ୟରୁ ବର୍ତ୍ତମାନ ଜଳଭଣ୍ଡାରର ବାମ ପାର୍ଶ୍ୱରୁ ୫ଟି ଏବଂ ଦକ୍ଷିଣ ପାର୍ଶ୍ୱର ୩ଟି ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ବର୍ତ୍ତମାନ ଅପରାହ୍ନ ସାଢ଼େ ୨ଟା ସମୟରେ ହସ୍ତଗତ ସୂଚନା ଅନୁସାରେ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୩.୫୦ ଫୁଟ୍‌ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୫୫ ହଜାର ୬୩୭ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ଏନେଇ ଜଳଭଣ୍ଡାରରୁ ସମାନ ପରିମାଣର ଅତିରିକ୍ତ ବନ୍ୟାଜଳ ନିଷ୍କାସିତ ହେଉଛି।

୮ଟି ସ୍ଲୁଇସ ଗେଟ ଜରିଆରେ ୧ ଲକ୍ଷ ୨୧ ହଜାର ୨୦୦ ଘନଫୁଟ ଏବଂ ବିଭିନ୍ନ କେନାଲ, ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ମାଧ୍ୟମରେ ମୋଟ ୩୪,୪୭ ଘନଫୁଟ ଜଳ ନିଷ୍କାସିତ ହେଉଛି। ସୂଚନା ଯୋଗ୍ୟ, ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇ ୧୦ଟି ସ୍ଲୁଇସ ଗେଟ ଖୋଲା ଯାଇଥିଲା ଓ ଗତ ୧୪ ତାରିଖରେ ସମସ୍ତ ଗେଟକୁ ବନ୍ଦ କରି ଦିଆଯାଇଥିଲା। ପୁଣିଥରେ ଗତ ୧୯ ତାରିଖରେ ୪ଟି ଓ ମଙ୍ଗଳବାର ପୁଣି ୪ଟି ମିଶି ମୋଟ ୮ଟି ସ୍ଲୁଇସ ଗେଟ ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ