ହୁତୁହୁତୁ ହୋଇ ଜଳିଗଲା ଫିନାଇଲ ତିଆରି କାରଖାନା

ରାଜଗାଙ୍ଗପୁର: ହୁତୁହୁତୁ ହୋଇ ଜଳିଗଲା ଫିନାଇଲ ତିଆରି କାରଖାନା। ଦେଖୁ ଦେଖୁ ପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର କେମିକାଲ ଓ ଅନ୍ୟାନ୍ୟ ସମଗ୍ରୀ ।ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ସୂଚନା ଅନୁଯାୟୀ, ରବିବାର ସକାଳ ପ୍ରାୟ ୮ଟା ସମୟରେ ରାଜଗାଙ୍ଗପୁର ବାଇପାସ ଲମଲୋଇ ରାସ୍ତା ପାର୍ଶ୍ୱରେ ଥିବା ଶ୍ରୀ ଶ୍ୟାମ ଇଣ୍ଟରପ୍ରାଇଜ ନାମକ କାରଖାନାରେ ହଠାତ୍ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ କାରଖାନରେ ହୁତୁହୁତୁ ହୋଇ ନିଆଁ ବ୍ୟାପିବାକୁ ଲାଗିଥିବା। କାରଖାନାରେ ଥିବା କେମିକାଲ ଓ ପ୍ଲାଷ୍ଟିକ୍ କାରଣରୁ ନିଆଁ ଭୟଙ୍କର ରୂପ ନେଇଥିଲା। ସୂଚନା ପାଇବା ପରେ ପୁଲିସ, ରାଜଗାଙ୍ଗପୁର , କୁତ୍ରା ଓ ସ୍ଥାନୀୟ ଏକ ସିମେଣ୍ଟ କାରଖାନାର ଅଗ୍ନିଶମ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କାରଖାନାରେ କଞ୍ଚାମାଲ ରୂପେ ବିଭିନ୍ନ ଜ୍ବଳନ ଶୀଳ କେମିକାଲରେ ନିଆଁ ଲାଗିଥିବା ଯୋଗୁ ଏହାକୁ ଆୟତ୍ତ କରିବାରେ ସମୟ ଲାଗିଥିଲା।ପ୍ରାୟ ଦୁଇ ଘଣ୍ଟା ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛନ୍ତି ଅଗ୍ନିଶମ ବାହିନୀ । ତେବେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ନେଇ ସନ୍ଦେହ କରଯାଉଛି । ତଦନ୍ତ ପରେ ପ୍ରକୃତକ କାରଣ ଜଣାପଡ଼ିବ।

  • Related Posts

    ମା ରମ୍ଭାଦେବୀଙ୍କ ଯାତ୍ରା,ବହୁ ଶ୍ରଦ୍ଧାଳୁଙ୍କ ସମାଗମ

    ଦେବଗଡ଼:ଦେବଗଡ ଜିଲ୍ଲା ତିଲେଇବଣି ବ୍ଲକ ବାସୁଦେବପୁର ଗ୍ରାମରେ ମାଆ ରମ୍ଭାଦେବୀଙ୍କ ପ୍ରସିଦ୍ଧ ଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି।ବର୍ଷକୁ ଥରେ ଏହି ଯାତ୍ରା ଅନୁଷ୍ଠିତ ହେଉଥିବାବେଳେ ଜାତି ଧର୍ମ ନିର୍ବିଶେଷରେ ବହୁ ଶ୍ରଦ୍ଧାଳୁଙ୍କ ଜନସମାଗମ ହୋଇଥିଲା।ସୂଚନା ଅନୁଯାୟୀ,ଅରଣ୍ୟବେଷ୍ଟିତ ପାହାଡ ଗୁମ୍ଫାରେ ମା ପୂଜା…

    Continue reading
    ପେପର୍ ଲିକ୍ ଘଟଣା: କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

    ଦେବଗଡ଼:ନିଟ ଓ ସିବିଏସଇ ପେପର୍ ଲିକ୍ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାୟୀ କରିବା ସହ ତାଙ୍କର ଇସ୍ତଫା ଦାବି କରିଛି କଂଗ୍ରେସ। ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାମ୍ବାଦିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ