ହେବ କି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ?

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବ କି? ଏ ଚର୍ଚ୍ଚା ସପ୍ତାହେ ହେବ ଥମିଥିଲା ବେଳେ ସୋମବାର ଘିଅରେ ନିଆଁ ଢାଳିଛି ରାଜ୍ୟପାଳ-ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ ଆଲୋଚନା । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଏହାକୁ ସୌଜନ୍ୟମୂଳକ ସାକ୍ଷାତ ବୋଲି କୁହାଯାଉଥିଲେ ମଧ୍ୟ ଏ ଭେଟଘାଟ ପଛରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ସ୍ଥାନ ପାଇଥିବା ଅସମର୍ଥିତ ସୂତ୍ର କହୁଛି । ସୋମବାର ରାଜଭବନ ଯାଇ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରାୟ ଘଣ୍ଟାଏ କାଳ ଦୁହିଁଙ୍କ ମଧ୍ୟରେ ଆଲୋଚନାକୁ ନେଇ ବିଭିନ୍ନ ମହଲରେ ନାନା ଚର୍ଚ୍ଚା ହେଉଛି । ରାଜ୍ୟରେ ଏବେ ଯେଉଁଭଳି ରାଜନୈତିକ ପରିସ୍ଥିତି ଲାଗି ରହିଛି ସେ ଦୃଷ୍ଟିରୁ ଏ ସାକ୍ଷାତ ବହୁ ଗୁରୁତ୍ୱ ବହନ କରୁଛି । ରାଜନୈତିକ ମହଲର ଯୁକ୍ତି ଯେ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦୁହିଁଙ୍କ ମଧ୍ୟରେ ଆଲୋଚନା ହୋଇ ଥାଇପାରେ । ବାଲେଶ୍ୱର ଏଫ୍‌ଏମ କଲେଜ ଛାତ୍ରୀ ଆତ୍ମାହୂତି ଓ ବଳଙ୍ଗା ଘଟଣାକୁ ନେଇ ରାଜନୀତି ତେଜିଥିଲା ବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଅବଗତ କରାଇ ଥାଇପାରନ୍ତି ବୋଲି କୁହାଯାଉଛି । ରାଜ୍ୟ ସରକାର ଏବେ ଆରମ୍ଭ କରିଥିବା ଶକ୍ତିଶ୍ରୀ ଯୋଜନା ଓ କ୍ୟାମ୍ପସ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା ହୋଇଥିବାର ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀଙ୍କ କ୍ୟାବିନେଟରେ ୬ଟି ମନ୍ତ୍ରୀ ପଦ ଖାଲି ପଡ଼ିଛି । ତୁରନ୍ତ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ସୂଚନା ଦେଇଥିଲେ । ନିକଟରେ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ଦିଲ୍ଲୀ ଗସ୍ତରେ ଯାଇଥିଲେ । ସେଠାରେ ବିଜେପି ଶୀର୍ଷ ନେତୃତ୍ୱଙ୍କ ସହ ଏ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ଏପରିକି ଜୁଲାଇ ୨୫ ସୁଦ୍ଧା ସଂପ୍ରସାରଣ ହେବ ବୋଲି ଦିଲ୍ଲୀରେ କାଳେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇଥିଲା । ମାତ୍ର ସାଂପ୍ରତିକ ରାଜନୈତିକ ସ୍ଥିତିରେ ନୂଆ ମନ୍ତ୍ରୀଙ୍କୁ ନିଯୁକ୍ତି ଦେବେ ନା ଦିନ ଗଡ଼ିବ ତାହା ସ୍ପଷ୍ଟ ହୋଇନି । ରାଜ୍ୟରେ ଏବେ ରାଜନୈତିକ ସ୍ଥିତି ବେଶ ତତଲା ରହିଛି । ରାଜ୍ୟରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଘଟିଲେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ଏକ ସ୍ୱାଭାବିକ ଘଟଣା । ଆଗକୁ ବିଧାନସଭାର ମୌସୁମୀ ଅଧିବେଶନ ରହିଛି । ତା ପୂର୍ବରୁ ହୁଏତ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯାଇପାରେ । ଏ ସଂପର୍କରେ ରାଜ୍ୟପାଳଙ୍କ ସହ ମୋହନ ଚର୍ଚ୍ଚା କରି ସମୟ ମାଗି ଥାଇ ପାରନ୍ତି ବୋଲି କୁହାଯାଉଛି । ମାତ୍ର ସରକାର କିମ୍ବା ଦଳ ପକ୍ଷରୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କିଛି ସ୍ପଷ୍ଟ କରାଯାଇନି।

  • Related Posts

    ଦୀର୍ଘ ଓ ଅଧିକ ଅର୍ଥପୂର୍ଣ୍ଣ ପଥ ବାଛିବାକୁ ‘ଜେନ୍‌ ଜି’ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ‘ଜେନ୍‌ ଜି’ଙ୍କୁ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭବିଷ୍ୟତରେ ଆମକୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରି ଲକ୍ଷ ଲକ୍ଷ ଯୁବକଙ୍କ ଆବଶ୍ୟକତା ଅଛି। ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇ କହିଛନ୍ତି…

    Continue reading
    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ