ହେଲ୍ପଲାଇନ୍‌ ନମ୍ୱର ଜାରି କଲା ଏୟାର ଇଣ୍ଡିଆ

ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ କ୍ର୍ୟୁ ମେମ୍ବରଙ୍କ ସହ ମୋଟ ୨୪୨ ଜଣ ଯାତ୍ରା କରୁଥିଲେ । ସେମାନଙ୍କ ମଧ୍ୟରେ ୧୬୯ ଭାରତୀୟ ଯାତ୍ରୀ ଓ ୫୩ ଜଣ ବ୍ରିଟିସ ନାଗରିକ ରହିଥିଲେ । ଏହି ଦୁର୍ଘଟଣା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ଏୟାର ଇଣ୍ଡିଆ ।ଏୟାର ଇଣ୍ଡିଆ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ଯାତ୍ରୀଙ୍କ ବାବଦରେ କିଛି ଜାଣିବାକୁ ଚାହୁଥିଲେ ୧୮୦୦୫୬୯୧୪୪୪ ନମ୍ବରରେ ଯୋଗାଯୋଗ କରିପାରିବେ । ସୋସିଆଲ ମିଡିଆ ସାଇଟ୍‌ ଏକ୍ସ ହ୍ୟାଣ୍ଡେଲ୍‌ରେ ଏୟାର ପକ୍ଷରୁ କୁହାଯାଇଛି ଯେ, ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଅହମ୍ମଦାବାଦ ବିମାନ ବନ୍ଦରରୁ ଲଣ୍ଡନ ଅଭିମୁଖେ ଏୟାର ଇଣ୍ଡିଆର ବୋଇଂ ୭୮୭-୮ ବିମାନ ଉଡ଼ାଣ ଭରିଥିଲା । ଏହି ବିମାନରେ ମୋଟ କ୍ର୍ୟୁ ମେମ୍ବରକୁ ମିଶାଇ ମୋଟ ୨୪୨ ଜଣ ଯାତ୍ରୀ ରହିଥିଲେ । ସେମାନଙ୍କ ମଧ୍ୟରେ ୧୬୯ ଭାରତୀୟ ନାଗରିକ, ୫୩ ବ୍ରିଟିସ ନାଗରିକ, ୭ ପର୍ତ୍ତୁଗାଲ ନାଗରିକ ଓ ଜଣେ କାନାଡାର ନାଗରିକ ଯାତ୍ରା କରୁଥିଲେ । ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି ଯେ, ଯାଞ୍ଚ ଅଧିକାରୀଙ୍କୁ ସମସ୍ତ ପ୍ରକାର ସହଯୋଗ କରାଯାଉଛି । ଏହି ବଡ଼ ଧରଣର ଦୁର୍ଘଟଣା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ଏକ କଣ୍ଟ୍ରୋଲ୍‌ ରୁମ୍‌ ଆରମ୍ଭ ହୋଇଛି । ୦୧୧-୨୪୬୧୦୮୪୩ ଓ ୯୬୫୦୩୯୧୮୫୯ ନମ୍ବରରେ ସମ୍ପର୍କ କରି ନିଜ ସମ୍ପର୍କୀୟଙ୍କ ବିଷୟରେ ସୂଚନା ପାଇପାରିବେ ପରିବାର ଓ ପରିଜନ । ସେପଟେ ଜରୁରୀକାଳୀନ ସେବା ଏବଂ ସୂଚନା ପାଇଁ ଅହମ୍ମଦାବାଦ ସିଟି ପୁଲିସ ମଧ୍ୟ ହେଲ୍ପଲାଇନ୍ ନମ୍ବର ୦୭୯୨୫୬୨୦୩୫୯ ଜାରି କରିଛି ।

  • Garvita Odia

    Related Posts

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୨୭ ଜନଗଣନା ପାଇଁ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାର ଅର୍ଥ ଦେଶରେ ଜନଗଣନା ପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୧୧ ପରେ ପ୍ରଥମଥର ପାଇଁ ଦେଶରେ ଜନଗଣନା ହେବ।…

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ନୂଆଦିଲ୍ଲୀ: ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବା ପରେ ଜର୍ମାନୀରୁ ହାଇଦ୍ରାବାଦ ଅଭିମୁଖେ ଆସୁଥିବା ବିମାନ ଅବତରଣ କରିବା ବଦଳରେ ଫେରିଯାଇଛି । ବିମାନକୁ ବୋମା ଧମକ ମିଳିବା ପରେ ଭାରତୀୟ ବାୟୁସେନାରେ ପ୍ରବେଶ କରିନଥିଲା । ମଝି ଆକାଶରୁ…

    Leave a Reply

    Your email address will not be published. Required fields are marked *

    You Missed

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର