ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: 9 ମୃତ

କୋଲକତା (ପଶ୍ଚିମବଙ୍ଗ): ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗରେ ଏକ ହୋଟେଲରେ ଗତକାଲି (ମଙ୍ଗଳବାର) ବିଳମ୍ବିତ ରାତ୍ରିରେ ଅଗ୍ନିକାଣ୍ଡ ଘଟି 9 ଜଣଙ୍କ ମୃତ୍ୟୁ ଘଟିଛି । 6 ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି । ଅଗ୍ନିକାଣ୍ଡ ଯୋଗୁଁ ଧୂଆଁରେ ଅଣନିଶ୍ବାସୀ ହୋଇ କିଛି ବ୍ୟକ୍ତି ଅଚେତ୍‌ ହୋଇପଡିଥିଲେ । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ନିଆଁ ଲାଗିଥିବା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଛି ।
ପଶ୍ଚିମବଙ୍ଗର ମିର୍ଜା ଗାଲିବ ଷ୍ଟ୍ରିଟ୍‌ରେ ଅବସ୍ଥିତ ଏକ ହୋଟେଲରେ ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ 1.45 ସମୟରେ ଅଗ୍ନିକାଣ୍ଡ ଘଟିଯାଇଛି । ଖବର ପାଇବା ପରେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଅଗ୍ମିଶମ ବାହିନୀ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ । ପୋଲିସର ସୂଚନା ଅନୁଯାୟୀ ମୃତକ ବ୍ୟକ୍ତିଙ୍କ ମଧ୍ୟରେ ବାଂଲାଦେଶର ବାସିନ୍ଦା ଅଟନ୍ତି । ସେମାନେ ଏଠାରେ ଚିକିତ୍ସା ପାଇଁ ଆସିଥିଲେ । ତେବେ ଅଗ୍ନିକାଣ୍ଡ ପଛର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

ନିଆଁ ଲିଭାଇବା କାର୍ଯ୍ୟରେ 5ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଥିଲେ । ପୋଲିସ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର କର୍ମଚାରୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟରେ ସାମିଲ ହୋଇଥିଲେ । ସମସ୍ତ ଆହତଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।”ଘନ ଧୂଆଁ ଉଦ୍ଧାର କାର୍ଯ୍ୟରେ ବାଧାସୃଷ୍ଟି କରିଥିଲା । ଅଗ୍ନିଶମ କର୍ମଚାରୀମାନେ ସିଡି ଦ୍ବାରା ଉପର ମହଲାରେ ପହଞ୍ଚିବା କଷ୍ଟକର ହୋଇପଡିଥିଲା । ଅଗ୍ନିକାଣ୍ଡରେ 9 ଜଣଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଭୟ ରହିଛି,” ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି ।

ଜଣେ ଅଧିକାରୀ କହିଛନ୍ତି, “ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ଓ ଅଗ୍ନିକାଣ୍ଡର ମୂଳ କାରଣ ନିରୂପଣ କରିବା ଆମର ଉଦ୍ଦେଶ୍ୟ । ନିଆଁ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ହାସଲ କରିଛୁ ।” ଏଠାରେ କହିରଖିବୁ କୋଲକତା ଅଗ୍ନିଶମ ବିଭାଗର ମୁଖ୍ୟାଳୟ ଅଗ୍ନିକାଣ୍ଡ ଘଟିଥିବା ହୋଟେଲ ନିକଟରେ ରହିଥିଲା ।

  • Related Posts

    ବିଜୟଙ୍କ ଘୋଷଣା: ସମସ୍ତ ବିଧାୟକ ପାଇବେ ନୂଆ କାର୍

    ତାମିଲନାଡୁର ପ୍ରତ୍ୟେକ ବିଧାୟକଙ୍କୁ ମିଳିବ କାର୍। ସେଥିରେ ସେମାନେ ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ କରି ଲୋକଙ୍କ ସମସ୍ୟାର ସମାଧାନ କରିବାରେ ସହଯୋଗ କରିବେ। ମୁଖ୍ୟମନ୍ତ୍ରୀ ବିଜୟ ଏହି ଘୋଷଣା କରିଛନ୍ତି।ତାମିଲନାଡୁ ବିଧାନସଭାରେ କହିଛନ୍ତି ଯେ ଲୋକଙ୍କ ଆବଶ୍ୟକତାର ବୁଝାସୁଝା କରିବା…

    Continue reading
    ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ:କୋର୍ଟ

    ତିରୁଅନନ୍ତପୁରମ : ଜଣେ ବ୍ୟକ୍ତିଙ୍କ ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ । ସରକାରୀ ସଂସ୍ଥା କିମ୍ବା ଆଇନ ପାଳନକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତ ଖବର ଛାପିବା ଦ୍ୱାରା ଯଦି କୌଣସି ବ୍ୟକ୍ତିଙ୍କ ପ୍ରତିଷ୍ଠାକୁ କ୍ଷତି ପହଞ୍ଚିଥାଏ କିମ୍ବା ତାଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ