ୟୁପିରୁ ଆଜି ଆସିବ ୩୦୦ ଟ୍ରକ୍‌ ଆଳୁ

ଭୁବନେଶ୍ୱର : ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମନମାନି ଯୋଗୁଁ ଓଡ଼ିଶାରେ ବାରମ୍ବାର ଆଳୁ ସଙ୍କଟ ଦେଖାଦେଉଛି। ୫ ମାସ ପରେ ପୁଣି ଥରେ ରାଜ୍ୟରେ ଆଳୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏହି ସଙ୍କଟ ଟାଳିବାକୁ ମୋହନଙ୍କ ସରକାର ପ୍ଲାନ୍‌-ଖ ଜରିଆରେ ଉତ୍ତରପ୍ରଦେଶରୁ ଆଳୁ ଆଣୁଛନ୍ତି। କାରଣ ୨ଦିନ ମଧ୍ୟରେ ଆଳୁ କିଲୋ ୧୦ରୁ ୧୫ଟଙ୍କା ବୃଦ୍ଧି ପାଇ ରବିବାର ଖୋଲା ବଜାରରେ ୪୦ରୁ ୪୫ ଟଙ୍କାରେ ପହଞ୍ଚିଲାଣି। ବଜାରରେ ପର୍ୟ୍ୟାପ୍ତ ଆଳୁ ଉପଲବ୍ଧ ନହେଲେ ଆଳୁ ଦର ଆହୁରି ବଢିବା ସମ୍ଭାବନା ରହିଛି। ପଶ୍ଚିମବଙ୍ଗରୁ ଆଳୁ ଟ୍ରକ୍‌ ଆସିବା ଏକ ପ୍ରକାର ବନ୍ଦ ରହିଥିବାବେଳେ ରାଜ୍ୟ ସରକାର ଉତ୍ତରପ୍ରଦେଶରୁ ଆଳୁ ଆମଦାନୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରାଥମିକ ପର୍ୟ୍ୟାୟରେ ଆଜି ସୁଦ୍ଧା ଉତ୍ତର ପ୍ରଦେଶରୁ ୩୦୦ ଟ୍ରକ ଆଳୁ ଗାଡି ଆସି ରାଜ୍ୟରେ ପହଞ୍ଚିବ। ଉତ୍ତରପ୍ରଦେଶ ସହ ପଞ୍ଜାବରୁ ମଧ୍ୟ ଆଳୁ ଆମଦାନୀ କରାଯିବ। ପଶ୍ଚିମବଙ୍ଗ ଠାରୁ ଆଉ ଏଣିକି ଆଳୁ ଆମଦାନୀ କରାଯିବନି। ବାରମ୍ବାର ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ରତ୍ପାନୀ କରିବାରେ ମନମାନି କରୁଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ଯୋଗୁଁ ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଉଛି। ଆସନ୍ତାବର୍ଷରୁ ଏହାର ସ୍ଥାନୀୟ ସମାଧାନ ପାଇଁ ସରକାର ପ୍ରୟାସ କରୁଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗଣମାଧ୍ୟମକୁ କହିଛନ୍ତି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ