୧୦ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ, ସ୍ବାସ୍ଥ୍ୟ ସେବା ବ୍ୟାହତ

ଦେବଗଡ଼:ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ(ଓମଶା)ର ଆହ୍ବାନ କ୍ରମେ ୧୦ ଦଫା ଦାବି ନେଇ ଦେବଗଡ ଜିଲ୍ଲାର ଡାକ୍ତରମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଯାହା ଫଳରେ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଯୋଗଁୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଜିଲ୍ଲାର ସମସ୍ତ ସରକାରୀ ମେଡିକାଲରେ ଓପିଡି ଠାରୁ ଆରମ୍ଭ କରି ଜରୁରୀକାଳୀନ ସେବା ପର୍ଯ୍ୟନ୍ତ ପ୍ରଭାବିତ ହୋଇଥିବାରୁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।କେନ୍ଦ୍ର ସରକାରଙ୍କ ହାରରେ ବେତନ ପ୍ରଦାନ,ଡାକ୍ତରଙ୍କ ସୁରକ୍ଷା, ପେନସନ ଯୋଜନାରେ ସାମିଲ କରିବା,ଗ୍ରେଡ୍ ପେ ସଂଶୋଧନ ତଥା‌ ବିଭିନ୍ନ ଦାବି ନେଇ ସଂଘ ପକ୍ଷରୁ ଦାବି କରାଯାଇଛି।ପୂର୍ବରୁ ମଧ୍ୟ ସଂଘ ପକ୍ଷରୁ ସମାନ ଦାବି ନେଇ ଆନ୍ଦୋଳନ କରାଯାଇଥିଲା। ସେତେବେଳେ ରାଜ୍ୟ ସରକାର ଖୁବ ଶୀଘ୍ର ସମସ୍ତ ଦାବି ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଦୀର୍ଘ ସମୟ ବିତିଯାଇଥିଲେ ମଧ୍ୟ କୌଣସି ଦାବି ପୂରଣ ହୋଇନଥିବାରୁ ବାଧ୍ୟ ହୋଇ ପୁଣିଥରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସେମାନଙ୍କର ଦାବି ପୂରଣ ନ ହେବା ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ