୧୦୦ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାଜ୍ୟପାଳ

ଭୁବନେଶ୍ୱର,19।08: ୧୦୦ ଜଣ ଯକ୍ଷ୍ମା (ଟିବି) ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି। ସେମାନେ ଆରୋଗ୍ୟ ଲାଭ କରିବା ପର୍ଯ୍ୟନ୍ତ ପୋଷଣଯୁକ୍ତ ଖାଦ୍ୟ ପ୍ୟାକେଟ୍‌ ବଣ୍ଟନ କରାଯିବ। ଏନେଇ ରାଜଭବନ ପକ୍ଷରୁ ଆଗତ ପ୍ରସ୍ତାବକୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମତି ପ୍ରଦାନ କରିଛି। ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ ଲାଗି ରାଜ୍ୟପାଳଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ଦିଆଯାଇଥିଲା। ଏହାର ଉତ୍ତରରେ ସ୍ବାସ୍ଥ୍ୟ ବିଭାଗ ଶାସନ ସଚିବ ଅଶ୍ବଥୀ ଏସ୍‌ ରାଜ୍ୟପାଳଙ୍କ ଶାସନ ସଚିବ ରୂପା ରୋଶନ ସାହୁଙ୍କୁ ପତ୍ର ଲେଖି ଜଣାଇଛନ୍ତି ଯେ ଯକ୍ଷ୍ମାର ମୂଳୋତ୍ପାଟନ ଦିଗରେ ରାଜ୍ୟପାଳଙ୍କ ଆଗ୍ରହ ଅତ୍ୟନ୍ତ ସ୍ବାଗତଯୋଗ୍ୟ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲାର ୧୦୦ ରୋଗୀଙ୍କୁ ଚିକିତ୍ସା ସମୟରେ ପୋଷଣଯୁକ୍ତ ଖାଦ୍ୟ ପ୍ୟାକେଟ ବଣ୍ଟନ କରାଯାଇ ପାରିବ। ଏଥିପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ଆକାଉଣ୍ଟରେ ୪ ଲକ୍ଷ ୨୦ ହଜାର ଟଙ୍କା ଜମା କରାଯିବ। ଏହା ପରେ ଖାଦ୍ୟ ବଣ୍ଟନ ପାଇଁ ଏକ ସମୟ ଧାର୍ଯ୍ୟ କରାଯିବ ବୋଲି ସ୍ବାସ୍ଥ୍ୟ ସଚିବ ଜଣାଇଛନ୍ତି।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ