୧୧ରୁ ୨୨ ଯାଏ ମାଟ୍ରିକ ପରୀକ୍ଷା ଖାତା ରିଚେକିଂ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ନିକଟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ବିଭିନ୍ନ ବିଷୟରେ ପୁନଃ ଖାତା ଯାଞ୍ଚ (ରିଚେକିଂ) ନିମନ୍ତେ ମେ ୧୧ରୁ ପ୍ରକ୍ରିୟା ଆରମ୍ଭ ହେବ। ଏ ସଂକ୍ରାନ୍ତରେ ବୋର୍ଡ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରତ୍ୟେକ ବିଷୟରେ ସବ୍‌ଜେକ୍ଟିଭ ଓ ଅବ୍‌ଜେକ୍ଟିଭ ଖାତା ରିଚେକିଂ ଓ ସେହି ଖାତାଗୁଡ଼ିକର ଅବିକଳ ନକଲ ପ୍ରଦାନ ପାଇଁ ଆବଶ୍ୟକ ଦେୟ ସହିତ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନ କରିବାର ନିୟମାବଳୀ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଉପଲବ୍ଧ ହେବ। ଏଥିପାଇଁ ଉଭୟ ଫର୍ମ ଓ ଦେୟ ଦାଖଲ ୨୨ ତାରିଖ ମଧ୍ୟରାତ୍ର ସୁଦ୍ଧା କରିବାକୁ ହେବ।

ନଲାଇନ ଆବେଦନ ୨୪ ଘଣ୍ଟିଆ ଚାଲୁ ରହିବ। ଏହି ପ୍ରକ୍ରିୟା ସମାପ୍ତ କରି ବୋର୍ଡ କର୍ତ୍ତୃପକ୍ଷ ସଂଶୋଧିତ ମାର୍କସିଟ୍‌ ପ୍ରଦାନ କରିବେ। ଏଥିସହ ଆବେଦନକାରୀମାନେ ବୋର୍ଡ ୱେବସାଇଟ୍‌ରୁ ପରୀକ୍ଷା ଖାତାର ଅବିକଳ ନକଲ ଡାଉନଲୋଡ୍ କରିପାରିବେ। ସେହିପରି ମଧ୍ୟମା ସଂସ୍କୃତ ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାର୍ଥୀମାନେ ୧୧ ରୁ ୨୫ ତାରିଖ ମଧ୍ୟରେ ଅଫ୍‌ଲାଇନ୍‌ରେ ବୋର୍ଡର ମୁଖ୍ୟ ଓ ଶାଖା କାର୍ଯ୍ୟାଳୟରେ ଆବେଦନ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ