୧୧ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ଆଜି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୧ ତାରିଖରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା ପରିପ୍ରେକ୍ଷୀରେ ଏକ ଚୂଡାନ୍ତ ପ୍ରସ୍ତୁତି ବୈଠକ କରାଯାଇଥିଲା । ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇଥିଲେ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନଙ୍କ ସୂଚନା ଅନୁଯାୟୀ ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିବା ସହିତ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ । ସେହିପରି, ଭୁବନେଶ୍ୱରରେ ଷ୍ଟେଟ ଅଫ ଦ ଆର୍ଟ ହୋଲସେଲ ମାଛ ମାର୍କେଟର ଶିଳାନ୍ୟାସ, ହୀରାକୁଦରେ ଇଣ୍ଟିଗ୍ରେଟେଡ଼ ଆକ୍ୱା ପାର୍କର ଭିସି ମାଧ୍ୟମରେ ଶିଳାନ୍ୟାସ କରିବେ । ଏହି ଅବସରରେ ଚାଷୀଙ୍କ ସହ ବାର୍ତ୍ତାଳାପ ମଧ୍ୟ କରିବେ । ଏହି କାର୍ୟ୍ୟକ୍ରମର ସିଧାପ୍ରସାରଣ ରାଜ୍ୟର ସମସ୍ତ କୃଷି ବିଜ୍ଞାନ କେନ୍ଦ୍ରରେ କରାଯିବ । ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି ।

ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା, ଲୋକଙ୍କୁ ପୋଷଣଯୁକ୍ତ ଖାଦ୍ୟ ଯୋଗାଇ ଦେବା, ଚାଷୀଙ୍କ ଆୟ, ଉତ୍ପାଦନରେ ବୃଦ୍ଧି ନିମନ୍ତେ ସରକାର ଏହିସବୁ ଯୋଜନା ଗୁଡ଼ିକ ପ୍ରସ୍ତୁତ କରିଛନ୍ତି । ଏହି ପଦକ୍ଷେପ ଦ୍ୱାରା ଦେଶର ୫୦ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀ, କୃଷକ ଉତ୍ପାଦକ ଗୋଷ୍ଠୀ ଲାଭବାନ ହେବେ । ଦେଶରେ ବିଗତ ବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ପରିମାଣର ପନିପରିବା ଓ ଖାଦ୍ୟଶସ୍ୟ ଉତ୍ପାଦନ ହେଇଛି ।ଡାଲି ଏବଂ ତୈଳବୀଜ ଉତ୍ପାଦନରେ ଆତ୍ମନିର୍ଭର ହେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀଚୌହାନ ଆହ୍ୱାନ ଦେଇଛନ୍ତି ।

ବୈଠକରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା, କୃଷି ବିଭାଗ ଓ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ