ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକୁ ଶକ୍ତିଶାଳୀ କରିବା ପାଇଁ ଜନ ସଚେତନତା ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି: ନବୀନ ପଟ୍ଟନାୟକ.

ଭୁବନେଶ୍ୱର,୫/୩/୨୬: ଆଜି ମହାନ ଜନନାୟକ ବିଜୁ ବାବୁଙ୍କ ଜନ୍ମ ଦିବସ । ଏହି ଅବସରରେ ତାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛି ।
ବିଜୁ ବାବୁ ଥିଲେ ଓଡିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ସୁବର୍ଣ୍ଣ ସେତୁ । ସେ କେବଳ ଆମ ଅତୀତ ଗୌରବ କୁ ନେଇ ଗର୍ବ କରୁ ନ ଥିଲେ । ଆମର ଉତ୍ତର ପିଢ଼ି ପାଇଁ ଏକ ସମୃଦ୍ଧ ଭବିଷ୍ୟତର ଯୋଜନା ମଧ୍ୟ କରିଥିଲେ । ବିଜୁ ବାବୁ କେବଳ ଜଣେ ରାଜନେତା ନ ଥିଲେ। ଓଡିଆ ସ୍ୱାଭିମାନ ଥିଲା ତାଙ୍କର ସବୁଠାରୁ ବଡ ଶକ୍ତି ।
ଓଡିଶାର ବିକାଶ ଠାରୁ ଆରମ୍ଭ କରି ମହିଳା ସଶକ୍ତିକରଣ ତଥା ପଞ୍ଚାୟତିରାଜ ବ୍ୟବସ୍ଥାକୁ ତାଙ୍କର ଅବଦାନକୁ କେହି ଭୁଲି ପାରିବେ ନାହିଁ । ଲୋକଙ୍କ ଶକ୍ତିକୁ ସମ୍ମାନ ଦେଉଥିବା ନେତା ହିଁ ପଂଚାୟତି ରାଜ ବ୍ୟବସ୍ଥା କୁ ମଜବୁତ କରି ପାରିବ । ପଂଚାୟତି ରାଜ ବ୍ୟବସ୍ଥା ଦୁର୍ବଳ ହେଲେ ଲୋକଙ୍କ ଭରସା ମଧ୍ୟ ନଷ୍ଟ ହୋଇଥାଏ । It is a matter of concern that in Odisha Panchayati Raj Institutions are in great danger now. ବିଜୁ ବାବୁଙ୍କ ଆଦର୍ଶରେ ବିଜୁ ଜନତା ଦଳ ପଂଚାୟତି ରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବା ପାଇଁ ଜନ ସଚେତନା ସୃଷ୍ଟି କରିବ । ତାହା ହିଁ ହେବ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳୀ । ସକାଳେ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିଜୁ ପଟ୍ଟନାୟକ ପାର୍କ କୁ ଯାଇ ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିଜେଡି ସାଂସଦ ସଂଖ୍ୟା ଶୂନ ହୋଇଯିବ:ପ୍ରଦୀପ ପୁରୋହିତ

    ଭୁବନେଶ୍ୱର: ବିଜେଡିକୁ ନେଇ ବିଜେପି ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ। କହିଛନ୍ତି, ବିଜେଡିର କିଛି ବଡ଼ ନେତୃତ୍ୱ ଆମ ଶୀର୍ଷ ନେତୃତ୍ୱ ସହିତ ଆଲୋଚନା କରୁଛନ୍ତି। ଆଗକୁ ବିଜେଡିରେ ବଡ଼ ବିସ୍ଫୋରଣ ହେବ, ବିଜେଡି ଡଙ୍ଗା ବୁଡ଼ୁଛି। ଜୀବନ ବଞ୍ଚାଇବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ