୧୨ ବେଳକୁ ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ବୁଧବାର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୨ତାରିଖ ବେଳକୁ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି କେତେଜଣ ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି। ଲଘୁଚାପ ସୃଷ୍ଟି ହେଲେ ଓଡ଼ିଶା ଉପରେ ଏହାର କମ୍‌ ପ୍ରଭାବ ପଡ଼ିବ। ୧୩ ଓ ୧୪ତାରିଖ ସୁଦ୍ଧା ସମ୍ଭାବ୍ୟ ଲଘୁଚାପ ତେଲଙ୍ଗାନା ହୋଇ ମହାରାଷ୍ଟ୍ର ଗତି କରିପାରେ। ଏହା ପୂର୍ବରୁ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ସମ୍ଭାବ୍ୟ ଲଘୁଚାପ ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ।ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ