୧୨ ରେ ବିଧାନସଭାର ସର୍ବଦଳୀୟ ବୈଠକ

ଭୁବନେଶ୍ଵର: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଆସନ୍ତା ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ ବସିବ। ଦିନ ୧୧ଟା ବେଳେ ବୈଠକ ହେବ। ଶାନ୍ତିଶୃଙ୍ଖଳାରେ ଗୃହ ପରିଚାଳନା ପାଇଁ ବାଚସ୍ପତି ସମସ୍ତଙ୍କ ସହ ଆଲୋଚନା କରିବେ।

ସୂଚନା ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି । ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ ।

ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ । ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟ ସବୁ ଗୃହରେ ଆଗତ ହେବ । ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ହେବ। ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ