୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା!

ଭୁବନେଶ୍ୱର, : ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ଅଛି। ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ଗୁରୁବାରରୁ ୧୨ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ । ୧୩ରୁ ପୁଣି ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳରେ ଘଡ଼ଘଡ଼ି ଓ ପବନ ଆଶଙ୍କା ରହିଛି । ୧୦ ଓ ୧୧ ତାରିଖରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ୧୨ରେ ଅନେକ ସ୍ଥାନରେ ବର୍ଷା ହୋଇପାରେ, ମାତ୍ର ବଡ଼ ବର୍ଷା ସମ୍ଭାବନା କମ୍‌ । ୧୩ରୁ ପୁଣି ବର୍ଷା ପରିମାଣ ବଢ଼ିପାରେ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ