୧୬ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆସନ୍ତା ଏପ୍ରିଲ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକି ପାରନ୍ତି। ଲୋକସଭାରେ ଆସନ ସଂଖ୍ୟା ୮୧୬କୁ ବୃଦ୍ଧି କରିବା ପାଇଁ ଏବଂ ସେଥିମଧ୍ୟରୁ ୨୭୩ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖିବାକୁ କେନ୍ଦ୍ର ସରକାର ଏହି ସ୍ବତନ୍ତ୍ର ଅଧିବେଶନରେ ବିଲ୍‌ ଆଣି ପାରନ୍ତି। ଉଲ୍ଲେଖ‌ଯୋଗ୍ୟ, ବଜେଟ୍‌ ଅଧିବେଶନର ଆଜି ଶେଷ ଦିନ ଥିଲା। କିନ୍ତୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସ୍ପଷ୍ଟ କରିଛନ୍ତି ‌ଯେ ବଜେଟ୍‌ ଅଧିବେଶନ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଆଜି ଶେଷ ହୋଇନାହିଁ।

ବରଂ ଏଥିରେ ବିରତି ନିଆଯାଉଛି ଏବଂ ଖୁବ୍‌ଶୀଘ୍ର ପୁଣିଥରେ ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଉଲ୍ଲେଖଯୋଗ୍ୟ, ଆଗକୁ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ସରକାରଙ୍କ ଏହି ପଦକ୍ଷେପକୁ ବିରୋଧୀ ଦଳଗୁଡ଼ିକ ବି‌ରୋଧ କରିଛନ୍ତି। ଯଦିଓ ଗୃହମନ୍ତ୍ରୀ ଅମିତ ଶାହ କିଛି ଏନ୍‌ଡିଏ ସହଯୋଗୀ ଓ ଅଣ-କଂଗ୍ରେସ ନେତାମାନଙ୍କ ସହ ଉକ୍ତ ପ୍ରସଙ୍ଗରେ ଗତ ସପ୍ତାହରେ ଆଲୋଚନା କରିଛନ୍ତି, କିନ୍ତୁ କଂଗ୍ରେସ ଏବଂ ଟିଏମ୍‌ସି ସହ ଏ ନେଇ କୌଣସି ଯୋଗାଯୋଗ କରାଯାଇନାହିଁ। ସରକାରଙ୍କର ଏହି ପ୍ରସ୍ତାବକୁ କଂଗ୍ରେସ ଦଳ ବିରୋଧ କରିଥିବା ଜଣାପଡ଼ିଛି। ବିରୋଧୀ ଦଳଗୁଡ଼ିକ ମଧ୍ୟ ଏ ପ୍ରସଙ୍ଗରେ ଏକ ସର୍ବଦଳୀୟ ବୈଠକ କରିବାକୁ ଦାବି କରିଛନ୍ତି।

  • Related Posts

    ୧୦, ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟକୁ ମଞ୍ଜୁରି

    ନୂଆଦିଲ୍ଲୀ: ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି । କେନ୍ଦ୍ର ସରକାର ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ର ଫିଲ୍ଡ ଟ୍ରାଏଲ ବା କ୍ଷେତ୍ରୀୟ ପରୀକ୍ଷଣକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଉଭୟ ବର୍ଗରେ ୧୦୦ କୋଟି ଲେଖାଏଁ ପ୍ଲାଷ୍ଟିକ ନୋଟ…

    Continue reading
    ଜିମ୍ବାୱେରେ  ଡଙ୍ଗା ବୁଡ଼ିଲା; ୧୫  ମୃତ

    ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ବୁଡ଼ି ଯାଇଚି। ରିପୋର୍ଟ ଅନୁଯାୟୀ ୧୫ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି ଏବଂ ୨୦ ରୁ ଅଧିକ ନିଖୋଜ ଅଛନ୍ତି। ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ