୧୮ରୁ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର: ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ୟ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍‌ରେ ପକ୍ଷୀ ଗଣନା କରାଯିବ। ଜାନୁଆରି ୧୭ରେ ପକ୍ଷୀ ଗଣନାକାରୀ ବିଶେଷଜ୍ଞ ଏବଂ ଜଙ୍ଗଲ ଅଧିକାରୀଙ୍କର ଏକ ତାଲିମ ଶିବିର ଆୟୋଜନ କରାଯିବ । ଏହା ପରେ ଜାନୁଆରୀ ୧୮ରୁ ପକ୍ଷୀ ଗଣନା ଆରମ୍ଭ ହେବ।
ସୂଚନା ଅନୁଯାୟୀ, ଗତ ବର୍ଷ ୧୨୧ ପ୍ରଜାତିର ୧,୫୧,୪୨୧ ପକ୍ଷୀ ଗଣନା କରାଯାଇଥିଲା। ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇବାର ଆଶା ରହିଛି ବୋଲି ରାଜନଗର ବନ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି।
ଜାନୁଆରି ୧୪ ରୁ ଜାନୁୟାରି ୨୨ ପର୍ୟ୍ୟନ୍ତ ବାର୍ଷିକ ଲୁଣିଆ କୁମ୍ଭୀର ଗଣନା ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏନେଇ ରାଜନଗର ବନ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ