୨ରୁ ବଢିବ ବର୍ଷାର ପରିମାଣ, ୯ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଏବେ ବଡ଼ ବର୍ଷା ସମ୍ଭାବନା ନାହିଁ । କାଁ ଭାଁ ବର୍ଷା ହୋଇପାରେ । ତେବେ ଅଗଷ୍ଟ ୨ ତାରିଖବେଳକୁ ବର୍ଷା ପରିମାଣ ସାମାନ୍ୟ ବୃଦ୍ଧି ପାଇବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗ ପକ୍ଷରୁ ଦୁଇ ସପ୍ତାହ ପାଇଁ ଜାରି ହୋଇଥିବା ପୂର୍ବାନୁମାନ ଅନୁସାରେ ପ୍ରଥମ ସପ୍ତାହ (ଜୁଲାଇ ୩୦ରୁ ଅଗଷ୍ଟ ୫) କୌଣସି ନୂଆ ଘୂର୍ଣ୍ଣିବଳୟ ସମ୍ଭାବନା ନାହିଁ । ତେବେ ଦ୍ୱିତୀୟ ସପ୍ତାହରେ (ଅଗଷ୍ଟ ୬ରୁ ୧୨) ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ହେବା ସମ୍ଭାବନା ଅଛି । ଏହା ପ୍ରାୟ ୯ ତାରିଖବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି, ରାଜ୍ୟରେ ଏବେ ବଡ଼ ବର୍ଷା ନାହିଁ । ତଥାପି ୨ ତାରିଖରୁ ମୌସୁମୀ ବର୍ଷା ବଢ଼ିପାରେ । ବିଶେଷ କରି ଦକ୍ଷିଣରେ ଅଧିକ ବର୍ଷା ରହିପାରେ ।
ଆସନ୍ତା ୯ କିମ୍ବା ୧୦ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆଇଏମଡି ଆକଳନ ଅନୁସାରେ ଛତିଶଗଡ଼ର ଅନେକ ସ୍ଥାନରେ ଶୁକ୍ରବାର ବର୍ଷା ହୋଇପାରେ । ଶନିବାର ବର୍ଷା କମିଯିବ । କିନ୍ତୁ ଛତିଶଗଡ଼ରେ ଆସନ୍ତା ୨ରୁ ବର୍ଷା ବଢ଼ିପାରେ । ୩ରୁ ସେଠାରେ ବିସ୍ତାରିତ ଅଞ୍ଚଳରେ ବର୍ଷା ହୋଇପାରେ ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ