୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

ଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । କଂଗ୍ରେସ ଏହି ବିଧାନସଭା ଘେରାଉର ନେତୃତ୍ୱ ନେବ । ଏଥିରେ କୌଣସି ପୁରୁଷ ଯୋଗ ଦେବେ ନାହିଁ କେବଳ ମହିଳାମାନେ ଏହାର ନେତୃତ୍ୱ ନେବେ । ଏହି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ନାରୀ ସୁରକ୍ଷା ପ୍ରସଙ୍ଗରେ ଲଢେଇ କରି ଆସୁଥିବା କଂଗ୍ରେସ ତା’ର ଆଭିମୁଖେ ଆହୁରି ସ୍ପଷ୍ଟ ଓ ଶାଣିତ କରିବ ବୋଲି ଗଣମାଧ୍ୟମ ଆଗରେ ସ୍ପଷ୍ଟ କରିଛନ୍ତି ଭକ୍ତ । ଯଦି ସରକାର ଏହି ସମସ୍ୟାର ସମାଧାନ ନ କରନ୍ତି, ଏହି ଲଢେଇ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଜାରି ରହିବ ବୋଲି ସେ କହିଛନ୍ତି ।
ରାଜ୍ୟରେ ବନ୍ୟା କାରଣରୁ ପ୍ରଭାବିତ ବିଭିନ୍ନ ସ୍ଥାନରେ ଲୋକଙ୍କ ସମସ୍ୟାକୁ ନେଇ କଂଗ୍ରେସ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀ କରିଛି । ଏହି ସମୟରେ ନାରୀମାନଙ୍କୁ ନେଇ ଆଗାମୀ ଦିନରେ ରଣନୀତି କ’ଣ ରହିବ, ଗଣମାଧ୍ୟମରେ କରାଯାଇଥିବା ପ୍ରଶ୍ନର ଏହି ଉତ୍ତର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ ।

  • Related Posts

    ଆଜି ନୂଆ ଟିମ୍ ଘୋଷଣା କରିପାରନ୍ତି ନୀତିନ ନବୀନ

    ନୂଆଦିଲ୍ଲୀ : ବିଜେପିର ସଙ୍ଗଠନରେ ବଡ ଧରଣର ପରିବର୍ତ୍ତନ ହେବାକୁ ଯାଉଛି । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଚୂଡାନ୍ତ କରିସାରିଛନ୍ତି । କେବଳ ଔପଚାରିକ ଘୋଷଣାକୁ ବାକି ଅଛି । କୁହାଯାଉଛି କି ସୋମବାର…

    Continue reading
    ଜାତୀୟ ପ୍ରତୀକ ଓ ଗାନ ପ୍ରତି ଅବମାନନା ଓ ବାଧା ସୃଷ୍ଟି କରି ଦଣ୍ଡନୀୟ ଅପରାଧ କରଛନ୍ତି ସୋନିଆ: ଅଭିଳାଷ ପଣ୍ଡା

    ଭୁବନେଶ୍ୱର: ଅଗଷ୍ଟ ୧୫ ତାରିଖ ଦିନ ସମଗ୍ର ଦେଶବାସୀ ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ସହ ୮୦ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି । ଅନ୍ୟପଟେ ଭାରତୀୟ ଜାତୀୟ କଂଗ୍ରେସ ମୁଖ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସ ସମାରୋହ ପାଳନ ଅବସରରେ ବନ୍ଦେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ