୨୦ରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ। ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥିନିମନ୍ତେ ଆସନ୍ତା ୧୫ ତାରିଖରୁ ଚାଷୀଙ୍କୁ ଟୋକନ୍ ଦିଆଯିବ ଏବଂ ନଭେମ୍ବର ୨୦ରୁ ଡିସେମ୍ବର ୭ ତାରିଖ ଯାଏ ଧାନ ସଂଗ୍ରହ ଚାଲିବ ।

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩ଶହ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବର ୮ ତାରିଖରୁ ୨୩ଶହ ଟଙ୍କା ସହିତ ଅତିରିକ୍ତ ୮ଶହ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଡିସେମ୍ବର ୮ରେ ବରଗଡ଼ ସୋହେଲାରେ ରାଜ୍ୟସ୍ତରୀୟ କୃଷକ ସମାବେଶ ହେବ । ଏହି ସମାବେଶରୁ କୁଇଣ୍ଟାଲ ପିଛା ଅତିରିକ୍ତ ୮ଶହ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏଥିସହିତ ଜିଲ୍ଲାପାଳ ଚାହିଁଲେ ଟୋକନ ସମୟ ସୀମାକୁ ୭ ଦିନ ବୃଦ୍ଧି କରିପାରିବେ ଏବଂ ବାହାର ରାଜ୍ୟର ଧାନକୁ ରୋକିବାକୁ ସୀମାବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂ ହେବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ