୨୦୨୬ ଟ୍ୱେଣ୍ଟି-୨୦ ମହିଳା ବିଶ୍ୱକପ: ଜୁନ୍‍ ୧୪ରେ ଭାରତ-ପାକ୍‍ ଟ୍ୱେଣ୍ଟି୨୦ ମୁକାବିଲା

ଦୁବାଇ: ଆସନ୍ତାବର୍ଷ ଇଂଲଣ୍ଡ ଏବଂ ୱେଲସରେ ଆଇସିସି ମହିଳା ଟ୍ୱେଣ୍ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଖେଳାଯିବ । ଏହି ବିଶ୍ୱକପ ଜୁନ୍‍ ୧୨ରୁ ଆରମ୍ଭ ହୋଇ ଜୁଲାଇ ୫ପର୍ୟ୍ୟନ୍ତ ଚାଲିବ । ଏହି ୨୪ଦିନରେ ମୋଟ ୩୩ଟି ମ୍ୟାଚ୍‍ ଖେଳାଯିବ । ଇଂଲଣ୍ଡ ଓ ୱେଲସର ୬ଟି ଷ୍ଟାଡିୟମରେ ସମସ୍ତ ମ୍ୟାଚ୍‍ ଖେଳାଯିବ । ବୁଧବାର ମହିଳା ଟ୍ୱେଣ୍ଟି୨୦ ବିଶ୍ୱକପର ଖେଳସୂଚୀ ଆଇସିସି ଘୋଷଣା କରିଛି । ଜୁନ୍‍ ୧୨ରେ ଏଜବାଷ୍ଟନରେ ଆୟୋଜକ ଇଂଲଣ୍ଡ ଓ ଶ୍ରୀଲଙ୍କା ମଧ୍ୟରେ ଉଦଘାଟନ ମ୍ୟାଚ୍‍ ଖେଳାଯିବ । ଟୁର୍ଣ୍ଣାମେଣ୍ଟରେ ମୋଟ ୧୨ଟି ଦେଶ ଭାଗନେବେ । ସେମାନଙ୍କୁ ୨ଟି ଗ୍ରୁପରେ ରଖାଯାଇଛି । ଅନ୍ୟାବଧି ୮ଟି ଦେଶ ବିଶ୍ୱକପ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିସାରିଛନ୍ତିି । ବାକି ୪ଟି ଦଳ ଯୋଗ୍ୟତା ପର୍ୟ୍ୟାୟ ଟୁର୍ଣ୍ଣାମେଣ୍ଟ ଖେଳି ବିଶ୍ୱକପରେ ସାମିଲ ହେବେ । ଭାରତୀୟ ମହିଳା ଦଳ ଜୁନ ୧୪ରେ ପାକିସ୍ତାନ ବିପକ୍ଷରେ ଏଜବାଷ୍ଟନରେ ଖେଳି ଅଭିଯାନ ଆରମ୍ଭ କରିବ । ଗତଥରର ଚମ୍ପିଆନ୍‍ ନ୍ୟୁଜିଲାଣ୍ଡ ଜୁନ୍‍ ୧୩ରେ ପ୍ରଥମ ମ୍ୟାଚରେ ୱେଷ୍ଟଇଣ୍ଡିଜକୁ ଭେଟିବ । ଗ୍ରୁପ୍‍-୧ରେ ଭାରତ ସହ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ପାକିସ୍ତାନ ଓ ୨ଟି ଯୋଗ୍ୟତା ଅର୍ଜନକାରୀ ଦଳ ରହିଛନ୍ତି ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ