୨୦୩୬ ସୁଦ୍ଧା ଓଡିଶାକୁ ପରିବେଶ ପର୍ୟ୍ୟଟନ କ୍ଷେତ୍ରରେ ଏକ ମଡେଲ ଭାବେ ବିକଶିତ କରାଯିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ୟ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ୟ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାର ଗୁଡିକର ପୁନର୍ବିନ୍ୟାସ କରାଯାଇଛି । ପୁରୁଣା ଭୁବନେଶ୍ୱର ସ୍ଥିତ ବିଏମ୍ ହାଇସ୍କୁଲରେ ଆୟୋଜିତ ବନମହୋତ୍ସବ ସପ୍ତାହ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏହି ନୂତନ ପୁରସ୍କାର ଆଜିଠାରୁ ହିଁ ଲାଗୁ ହୋଇଛି।
ଏହି କାର୍ୟ୍ୟକ୍ରମରେ ଚଳିତ ବର୍ଷ ବନ ସୁରକ୍ଷା ଓ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ ସ୍ତରୀୟ ପୁରସ୍କାର ଯୁଗ୍ମ ଭାବେ ପାଇଛନ୍ତି କଳାହାଣ୍ଡିର ‘ତୁଲଙ୍ଗପଦର ବନ ସୁରକ୍ଷା ସମିତି’ ଏବଂ କରଞ୍ଜିଆ ଫରେଷ୍ଟ ଡିଭିଜନର ‘ପାହାଡପୁର ବନ ସୁରକ୍ଷା ସମିତି’। ଉଭୟଙ୍କୁ ମିଳିତ ଭାବେ ୪ ଲକ୍ଷ ଟଙ୍କା ପୁରସ୍କାର ଓ ସାର୍ଟିଫିକେଟ୍ ପ୍ରଦାନ କରାଯାଇଛି। କଳାହାଣ୍ଡି ନର୍ଥ ଫରେଷ୍ଟ ଡିଭିଜନର ତୁଲଙ୍ଗପଦର ବନ ସୁରକ୍ଷା ସମିତି ବଜାରଗଡ ଜଙ୍ଗଲର ୫୦ ହେକ୍ଟର ଅଞ୍ଚଳରେ ବୃକ୍ଷ ରୋପଣ କରି ଏହି ଅବକ୍ଷୟ ପ୍ରାପ୍ତ ଜଙ୍ଗଲର ପୁନରୁଧାର କରିପାରିଛନ୍ତି। ଏହି ସମିତିର ଉଦ୍ୟମ ଯୋଗୁଁ ଗତ ତିନି ବର୍ଷରେ ଏହି ଜଙ୍ଗଲରେ ଗୋଟିଏ ବି ବନାଗ୍ନି ଘଟଣା ଘଟି ନାହିଁ। ସେହିପରି କରଞ୍ଜିଆ ଫରେଷ୍ଟ ଡିଭିଜନର ପାହଡପୁର ବନ ସୁରକ୍ଷା ସମିତି ବୁଢିପାଟ ଜଙ୍ଗଲର ୧୫୯ ହେକ୍ଟର ଅଞ୍ଚଳରେ ନିୟମିତ ପାଟ୍ରୋଲିଂ କରି ଜଙ୍ଗଲର ସୁରକ୍ଷା କରିଛନ୍ତି। ଗତ ୫ବର୍ଷ ମଧ୍ୟରେ ଏହି ଜଙ୍ଗଲରେ ଗୋଟିଏ ବି ବନାଗ୍ନି ଘଟଣା ଘଟି ନାହିଁ। ଏହା ସହିତ ମନୁଷ୍ୟ-ହାତୀ ସଂଘର୍ଷ ଘଟଣା ମଧ୍ୟ ନିୟନ୍ତ୍ରଣକୁ ଆସିପାରିଛି। ଏହି କାର୍ୟ୍ୟକ୍ରମରେ ନିଜର ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ଏକ ସୁନ୍ଦର ଓ ସବୁଜ ଓଡିଶା ଗଠନ କରିବା ପାଇଁ କହିଲେ ଯେ, ୨୦୩୬ ସୁଦ୍ଧା ଭିଜନ ଓଡିଶା କାର୍ୟ୍ୟକ୍ରମରେ ‘ସବୁଜ ଓଡିଶା’ ଗଠନ ଏକ ପ୍ରମୁଖ ଲକ୍ଷ୍ୟ। ଏହି ଲକ୍ଷ୍ୟ ହାସଲ ପାଇଁ ସମ୍ପ୍ରଦାୟ ନେତୃତ୍ୱାଧୀନ ଜଙ୍ଗଲ ଉଦ୍ୟୋଗ ମାଧ୍ୟମରେ ୧୦ ଲକ୍ଷ ସବୁଜ ଜୀବିକା ସୃଷ୍ଟି କରାଯିବ ଏବଂ ଓଡିଶାକୁ ପରିବେଶ ପର୍ୟ୍ୟଟନ କ୍ଷେତ୍ରରେ ଏକ ମଡେଲ ଭାବେ ବିକଶିତ କରାଯିବ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ସବୁଜ ଓଡିଶା ଯୋଜନାରେ ଆଦିବାସୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ଶାଳ, ତେନ୍ତୁଳି, ବାଁଉଶ ଓ ଔଷଧୀୟ ଉଦ୍ଭିଦ ପାଇଁ ୧୦୦ ରୁ ଅଧିକ ପ୍ରକ୍ରିୟା କରଣ କେନ୍ଦ୍ର ପ୍ରତିଷ୍ଠା କରାଯିବ ଏବଂ ଏହାଦ୍ୱାରା ୫ ହଜାର କୋଟି ଟଙ୍କାରୁ ଅଧିକ ଆୟ କରାଯିବାର ଲକ୍ଷ୍ୟ ରଖାଯାଇଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ପ୍ରେରଣାରେ ଗତ ବର୍ଷ ଏକ୍ ପେଡ୍ ମା’ କେ ନାମ ଅଭିଯାନରେ ୬.୬୯ କୋଟି ଚାରା ରୋପଣ କରାଯାଇଥିଲା ଏବଂ ଓଡିଶା ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲା। ଚଳିତ ବର୍ଷ ‘ଏକ୍ ପେଡ୍ ମା’ କେ ନାମ-୨.୦’ ଅଭିଯାନରେ ୭.୫ କୋଟି ଚାରା ରୋପଣ କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ବଜ୍ରପାତରୁ ରକ୍ଷା ପାଇବା ପାଇଁ ଗତ ବର୍ଷ ସରକାର ୧୯ ଲକ୍ଷ ତାଳଗଛ ରୋପଣ କରିଥିଲେ ଏବଂ ଚଳିତ ବର୍ଷ ୧୮ ଲକ୍ଷ ତାଳ ଗଛ ରୋପଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଶିମିଳିପାଳକୁ ଜାତୀୟ ଉଦ୍ୟାନର ମାନ୍ୟତା ମିଳିବା ପରେ ଆମ ଶିମିଳିପାଳ ଯୋଜନାରେ ରାଜ୍ୟ ସରକାର ଏଠାରେ ୫୦ କୋଟି ଟଙ୍କା ବ୍ୟୟରେ ବନ୍ୟପ୍ରାଣୀ ଓ ଉଦ୍ଭିଦର ସଂରକ୍ଷଣ ପାଇଁ ଏକ ନୂତନ ପ୍ରୟାସ ଆରମ୍ଭ କରିଛନ୍ତି। ଶିମିଳିପାଳ ଭଳି ଜଙ୍ଗଲ ମାନଙ୍କରେ ନିଆଁ ଲାଗିବାକୁ ରୋକିବା ପାଇଁ ଇଓ ଆଧାରିତ ବନାଗ୍ନି ଚିହ୍ନଟ ବ୍ୟବସ୍ଥା କାର୍ୟ୍ୟକାରୀ କରିଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସେହିପରି ମନୁଷ୍ୟ ଓ ବନ୍ୟପ୍ରାଣୀ ସଂଘର୍ଷରେ ଅନୁକମ୍ପା ମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି ବୋଲି ପ୍ରକାଶ କରି ବନ୍ୟପ୍ରାଣୀ ସଂଘର୍ଷରେ ଲୋକଙ୍କ ମୃତ୍ୟୁ ହେଲେ ସହାୟତା ରାଶି ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ। ଅନ୍ୟାନ୍ୟ କ୍ଷତିପୂରଣ ରାଶି ମଧ୍ୟ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ। ଏହି କାର୍ୟ୍ୟକ୍ରମରେ ଯୋଗଦେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ କହିଲେ ଯେ, ୨୦୨୫ ବନ ମହୋତ୍ସବର ବିଷୟବସ୍ତୁ ହେଉଛି “ଏକ ପେଡ଼୍ ମା କେ ନାମ୍” ଯାହାର ଅର୍ଥ “ମା’ଙ୍କ ନାମରେ ଗୋଟିଏ ଗଛ”। ଏହି ବିଷୟବସ୍ତୁ ବୃକ୍ଷରୋପଣ ପ୍ରୟାସକୁ ସେମାନଙ୍କର ମା’ଙ୍କ ପ୍ରତି ଉତ୍ସର୍ଗ କରିବାକୁ ଉତ୍ସାହିତ କରୁଛି। ପରିବେଶ, ଅର୍ଥନୀତି ଏବଂ ମାନବ କଲ୍ୟାଣ ପାଇଁ ଜଙ୍ଗଲ ବହୁମୁଖୀ ହିତ ସାଧନ କରେ। ଜଳବାୟୁ ନିୟନ୍ତ୍ରଣ, ଜଳ ବିଶୋଧନ ଏବଂ ଜୈବ ବିବିଧତା ସଂରକ୍ଷଣରେ ଜଙ୍ଗଲ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ, ଜୀବିକା ନିର୍ବାହରେ ସହାୟକ ହେବା ସଙ୍ଗେ ସଙ୍ଗେ କାଠ ଏବଂ ଖାଦ୍ୟ ଭଳି ସମ୍ବଳ ପ୍ରଦାନ କରିଥାଏ ।ଏହି କାର୍ୟ୍ୟକ୍ରମରେ ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।ପ୍ରଧାନମୁଖ୍ୟ ବନ ସଂରକ୍ଷକ ଓ ବନବାହିନୀ ମୁଖ୍ୟ ଶ୍ରୀ ସୁରେଶ ପନ୍ତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଏମ୍ ହାଇସ୍କୁଲର ପ୍ରଧାନଶିକ୍ଷକ ଶ୍ରୀ ସୀତାକାନ୍ତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

  • Related Posts

    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading
    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ