୨୦୪୭ ସୁଦ୍ଧା ଓଡ଼ିଶାରେ ସମସ୍ତଙ୍କ ପାଇଁ ବୀମା

ରାଜ୍ୟରେ ବୀମା ହାର ଜାତୀୟସ୍ତର ତୁଳନାରେ କମ୍ ଅଛି । ଆସନ୍ତା ୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଆଜି ଏନେଇ ପ୍ରାରମ୍ଭିକ ବିଚାରବିମର୍ଶ ଆରମ୍ଭ ହୋଇଛି ।
ଭାରତୀୟ ବୀମା ନିୟାମକ ଓ ବିକାଶ ପ୍ରାଧିକରଣ(ଆଇଆରଡିଏ) ସଦସ୍ୟ ସଚିବ ସତ୍ୟଜିତ୍ ତ୍ରିପାଠୀ ଆଜି ଲୋକସେବା ଭବନରେ ଉନ୍ନୟନ କମିଶନର ଅନୁ ଗର୍ଗ ଓ ଅର୍ଥ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଭେଟି ରାଜ୍ୟରେ ବୀମା ପ୍ରସାରଣ ବୃଦ୍ଧି କରିବା ବା ଅଧିକ ଲୋକଙ୍କୁ ବୀମାଭୁକ୍ତ କରିବା ଉପରେ ଆଲୋଚନା କରିଛନ୍ତି । ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଆର୍ଥିକ ସେବାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ହେଉଛି ବୀମା ।
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି । ସମସ୍ତ ଅଂଶୀଦାରଙ୍କ ସହଯୋଗରେ ପ୍ରଥମ ରାଜ୍ୟସ୍ତରୀୟ ବୀମା କମିଟି(ଏସଏଲଆଇସି) ବୈଠକ ଆୟୋଜନ କରାଇବା ପାଇଁ ଏକ ସବିଶେଷ ଯୋଜନା ପ୍ରସ୍ତୁତ କରାଯାଇଛି । ଏହି ବୈଠକରେ ଆଇଆରଡିଏ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ