୨୨ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ବର: ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଭୁବନେଶ୍ବର ଓ କଟକ ସହ ବାଲେଶ୍ବର, ଚାନ୍ଦବାଲି, ପୁରୀ, ଝାରସୁଗୁଡ଼ା, ହୀରାକୁଦ, ତାଳଚେର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ରାଉରକେଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଉପକୂଳବର୍ତ୍ତୀ ଜିଲା ଗୁଡ଼ିକରେ ଆକାଶ ମେଘୁଆ ଥିବାରୁ ସର୍ବାଧିକ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ।
ରବିବାର ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୩୬.୬ ଡିଗ୍ରୀ ଛୁଇଁଥିବା ବେଳେ ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ ୩୪ଡିଗ୍ରୀ ତଳେ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଏବଂ ରାୟଗଡ଼ା ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ